ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ପଦରୁ ପ୍ରମିଳା ମଲ୍ଲିକ ଇସ୍ତଫା ଦେବା ପରେ ଏହାର ଦାୟିତ୍ୱ ମିଳିଛି ସୁଦାମ ମାର୍ଣ୍ଡିଙ୍କୁ । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ଦାୟିତ୍ୱ ବହନ କଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ରାଜସ୍ୱ ବିଭାଗର ଅତିରିକ୍ତ ଦାୟିତ୍ୱ । ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ସୁଦାମ । ସେପଟେ ପ୍ରମିଳା ମଲ୍ଲିକ ହେବେ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି ।