Masthead

ଆଜିଠୁ ବିଧାନସଭା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଷୋଡ଼ଶ ବିଧାନସଭାର ସ୍ୱଳ୍ପକାଳୀନ ମୌସୁମୀ ଅଧିବେଶନ ଆଜିଠୁ ଆରମ୍ଭ ହେବ। ଏହା ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ମୋଟ ୮ଟି କାର୍ଯ୍ୟଦିବସ ରହିଛି। ଅଧିବେଶନ ପୂର୍ବାହ୍ନ ୧୧ଟାରେ ଆରମ୍ଭ ହେବ। ପରଲୋକଗତ ସଦସ୍ୟମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ଗୃହରେ ଶୋକ ପ୍ରସ୍ତାବ ଆଗତ ହେବ। ଏହା ପରେ ୨୦୨୩-୨୪ ଆର୍ଥିକବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ ଆଗତ ହେବ। ସେପ୍ଟେମ୍ବର ୨୩ ଓ ୨୪ ତାରିଖ ବିଧାନସଭା ଛୁଟି ରହିବ।

୨୫ରୁ ୨୭ ତାରିଖ ଯାଏ ସରକାରୀ କାର୍ଯ୍ୟଦିବସ ଥିବାବେଳେ ୨୮ ଓ ୩୦ ତାରିଖରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଆଗତ ହେବାକୁ ଥିବା ଅତିରିକ୍ତ ବଜେଟର ଖର୍ଚ୍ଚ ଦାବି ଆଲୋଚନା ହେବ। ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ । ସେପଟେ ପ୍ରମିଳା ମଲ୍ଲିକ ନୂଆ ବାଚସ୍ପତି ଭାବେ ଗୃହ ଚଳାଇବା ଏକପ୍ରକାର ସ୍ପଷ୍ଟ ହୋଇଯାଇଛି । କାରଣ ବାଚସ୍ପତି ପାଇଁ ପ୍ରମିଳାଙ୍କ ବ୍ୟତିତ ଅନ୍ୟ କେହି ନାମାନଙ୍କ ପତ୍ର ଦାଖଲ କରିନାହାନ୍ତି । ବିଧାନସଭା ଆରମ୍ଭରୁ ପ୍ରଥମେ ବାଚସ୍ପତି ନିର୍ବାଚନ ହେବ । ପରେ ଅଧିବେଶନ କାର୍ଯ୍ୟ ଆରମ୍ଭ ହେବ । ଅନ୍ୟପଟେ ଆଗକୁ ନିର୍ବାଚନ ଆସୁଥିବାରେ ଏହି ବଜେଟରେ ବଡ଼ ନିଷ୍ପତ୍ତି ନିଆଯାଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ