Masthead

ଆଜିଠୁ ବିଧାନସଭା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଷୋଡ଼ଶ ବିଧାନସଭାର ସ୍ୱଳ୍ପକାଳୀନ ମୌସୁମୀ ଅଧିବେଶନ ଆଜିଠୁ ଆରମ୍ଭ ହେବ। ଏହା ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ମୋଟ ୮ଟି କାର୍ଯ୍ୟଦିବସ ରହିଛି। ଅଧିବେଶନ ପୂର୍ବାହ୍ନ ୧୧ଟାରେ ଆରମ୍ଭ ହେବ। ପରଲୋକଗତ ସଦସ୍ୟମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ଗୃହରେ ଶୋକ ପ୍ରସ୍ତାବ ଆଗତ ହେବ। ଏହା ପରେ ୨୦୨୩-୨୪ ଆର୍ଥିକବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ ଆଗତ ହେବ। ସେପ୍ଟେମ୍ବର ୨୩ ଓ ୨୪ ତାରିଖ ବିଧାନସଭା ଛୁଟି ରହିବ।

୨୫ରୁ ୨୭ ତାରିଖ ଯାଏ ସରକାରୀ କାର୍ଯ୍ୟଦିବସ ଥିବାବେଳେ ୨୮ ଓ ୩୦ ତାରିଖରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଆଗତ ହେବାକୁ ଥିବା ଅତିରିକ୍ତ ବଜେଟର ଖର୍ଚ୍ଚ ଦାବି ଆଲୋଚନା ହେବ। ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ । ସେପଟେ ପ୍ରମିଳା ମଲ୍ଲିକ ନୂଆ ବାଚସ୍ପତି ଭାବେ ଗୃହ ଚଳାଇବା ଏକପ୍ରକାର ସ୍ପଷ୍ଟ ହୋଇଯାଇଛି । କାରଣ ବାଚସ୍ପତି ପାଇଁ ପ୍ରମିଳାଙ୍କ ବ୍ୟତିତ ଅନ୍ୟ କେହି ନାମାନଙ୍କ ପତ୍ର ଦାଖଲ କରିନାହାନ୍ତି । ବିଧାନସଭା ଆରମ୍ଭରୁ ପ୍ରଥମେ ବାଚସ୍ପତି ନିର୍ବାଚନ ହେବ । ପରେ ଅଧିବେଶନ କାର୍ଯ୍ୟ ଆରମ୍ଭ ହେବ । ଅନ୍ୟପଟେ ଆଗକୁ ନିର୍ବାଚନ ଆସୁଥିବାରେ ଏହି ବଜେଟରେ ବଡ଼ ନିଷ୍ପତ୍ତି ନିଆଯାଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ