ଶିକ୍ଷକ ନିଯୁକ୍ତି ଦାବିରେ ଧାରଣା , ଧାରଣାରେ ଅଭିଭାବକ, ଛାତ୍ରଛାତ୍ରୀ

ନାକଟିଦେଉଳ(ବଡ଼ ଖବର ବ୍ୟୁରୋ): ଆବଶ୍ୟକ ସଂଖ୍ୟକ ଶିକ୍ଷକ ନିଯୁକ୍ତି ଦାବିରେ ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ର ଛାତ୍ରୀ ଏବଂ ଅଭିଭାବକ । ଏପରି ଏକ ଚିତ୍ର ଆଜି ଦେଖିବାକୁ ମିଳିଛି ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ ଅନ୍ତର୍ଗତ ଶିମିଳିପାଳ ପଞ୍ଚାୟତର କାଦବାହାଲ ପଞ୍ଚଖଣ୍ଡା ଉଚ୍ଚ ବିଦ୍ୟାଳୟରେ । ଏହି ବିଦ୍ୟାଳୟରେ ନବମ ଏବଂ ଦଶମ ଶ୍ରେଣୀରେ ସମୁଦାୟ ୬୧ ଜଣ ଛାତ୍ର ଛାତ୍ରୀ ପାଠ ପଢୁଛନ୍ତି । କିନ୍ତୁ ଏହି ଦୁଇଟି ଶ୍ରେଣୀରେ ପିଲାମାନଙ୍କୁ ପାଠ ପଢାଇବା ପାଇଁ ଅଛନ୍ତି ଜଣେ ମାତ୍ର ଶିକ୍ଷକ ।

ବିଦ୍ୟାଳୟରେ ଥିବା ହିନ୍ଦୀ ଶିକ୍ଷୟତ୍ରୀ ଜଣଙ୍କ ଏହି ଦୁଇଟି ଶ୍ରେଣୀରେ ପାଠ ପଢ଼ାଉଛନ୍ତି । ଜଣେ ମାତ୍ର ଶିକ୍ଷକଙ୍କ ଦ୍ୱାରା ବିଦ୍ୟାଳୟରେ ପାଠ ପଢାଇବା ସମ୍ଭବପର ହୋଇ ପାରୁନଥିବା ବେଳେ ଆଉ କିଛି ଦିନ ପରେ ମ୍ୟାଟ୍ରିକ ପରୀକ୍ଷା ଅନୁଷ୍ଠିତ ହେବ । ଏପରି ପରିସ୍ଥିତିରେ ଛାତ୍ର ଛାତ୍ରୀ ମାନଙ୍କ ଭବିଷ୍ୟତ ଅନ୍ଧକାର ଆଡକୁ ଠେଲି ହୋଇଯାଇଥିବା ବେଳେ ଅଭିଭାବକ ମାନେ ଚିନ୍ତିତ ଅବସ୍ଥାରେ ରହିଛନ୍ତି । ଏହି ବିଦ୍ୟାଳୟରେ ଆବଶ୍ୟକ ସଂଖ୍ୟକ ଶିକ୍ଷକ ନିଯୁକ୍ତି ଦେବାକୁ ଦାବି କରି ଗତ ୧୩ ତାରିଖରେ ପୁରାତନ ଛାତ୍ର ସଂସଦ,ଅଭିଭାବକ ଏବଂ ବିଦ୍ୟାଳୟ ପରି ଚାଳନା କମିଟି ପକ୍ଷରୁ ଜିଲ୍ଲାପାଳ ଏବଂ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ନିକଟରେ ଲିଖିତକାରେ ଦାବି କରିଥିଲେ ।

ଏପରିକି ୧୮ତାରିଖ ସୁଦ୍ଧା ଶିକ୍ଷକ ନିଯୁକ୍ତି ଦିଆ ନଗଲେ ୨୨ତାରିଖ ଠାରୁ ରାଜରାସ୍ତାକୁ ଓହ୍ଲାଇବାକୁ ଚେତାବନୀ ଦେଇଥିଲେ । ତେବେ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଆବଶ୍ୟକ ସଂଖ୍ୟକ ଶିକ୍ଷକ ନିଯୁକ୍ତି ଦିଆ ନଯିବାରୁ ଆଜି ସକାଳ ୧୦ଟା ସମୟରେ ଅଭିଭାବକ,ପୁରାତନ ଛାତ୍ର ସଂସଦର ସଦସ୍ୟ, ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ଏବଂ ଛାତ୍ରଛାତ୍ରୀମାନେ ଗଣ ଧାରଣାରେ ବସିଛନ୍ତି । ଶିକ୍ଷକ ନିଯୁକ୍ତି ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଜାରି ରହିବ ବୋଲି ଆନ୍ଦୋଳନକାରୀମାନେ ଚେତାବନୀ ଦେଇଛନ୍ତି । ଅପର ପକ୍ଷରେ ଖବର ପାଇ ନାକଟିଦେଉଳ ବ୍ଲକ ଶିକ୍ଷା ଅଧିକାରୀ ବିଜୟ କୁମାର ପାତ୍ର ଘଟଣା ସ୍ଥଳରେ ପହଞ୍ଚି ଆନ୍ଦୋଳନ କାରୀ ମାନଙ୍କ ସହିତ ଆଲୋଚନା କରଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’