Masthead

ବଢୁଛି ନିର୍ବାଚନୀ ତାତି

ତିର୍ତ୍ତୋଲ, (ବଡ଼ ଖବର ବ୍ୟୁରୋ): ତିର୍ତ୍ତୋଲ ଉପନିର୍ବାଚନ ଯେତେ ପାଖେଇ ଆସୁଛି ରାଜନୈତିକ ଉଷ୍ମତା ମଧ୍ୟ ସେତେ ମାତ୍ରାରେ ବଢୁଛି। ଏହା ସହ ତାଳ ଦେଇ ତୀବ୍ର ହେଉଛି ଅସନ୍ତୁଷ୍ଟ କର୍ମୀଙ୍କ ମଧ୍ୟରେ ଅସନ୍ତୋଷ। ନିର୍ବାଚନ ପ୍ରଚାର ସମୟରେ ଭାରତୀୟ ଜନତା ପାର୍ଟି ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ରଙ୍କ ଗାଡ଼ି ଭଙ୍ଗାରୁଜା ହୋଇଥିବା ଅଭିଯୋଗ ଆସିଛି। ଘଟଣା ଅନୁଯାୟୀ, ତିର୍ତ୍ତୋଲ ଆନନ୍ଦ ମଣ୍ଡପ ବିଜେପି ନିର୍ବାଚନୀ କାର୍ୟ୍ୟାଳୟ ସମ୍ମୁଖରେ ଚିଣ୍ଟୁ ମହାପାତ୍ର ନାମକ ଜଣେ ଯୁବକ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ବିଜେପି ନେତାଙ୍କ ଗାଡ଼ି ଭଙ୍ଗାରୁଜା କରି ସେଠାରୁ ଫେରାର ହୋଇଯାଇଥିଲେ।

ଏହି ଘଟଣାକୁ ନେଇ ବିଜେପି ନେତା ସୁବ୍ରତ ଦାସ ତିର୍ତ୍ତୋଲ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଆଇପିସଲି ଧାରା ୪୩୯, ୨୯୪, ୫୦୬ ଏବଂ ୯୪ ଅନୁସାରେ ଏକ ମାମଲା (ନଂ-୩୬୮/୨୦) ରୁଜୁ କରିଛି। ଅଭିଯୁକ୍ତ ଚିଣ୍ଟୁ ମହାପାତ୍ରଙ୍କୁ ଗିରଫ କରାଯାଇଛି। ଆଜି ମଣିଜଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସ୍ୱାସ୍ଥ୍ୟ ପରୀକ୍ଷା ପରେ ଚିଣ୍ଟୁଙ୍କୁ କୋର୍ଟ ଚାଲାଣ କରାଯାଇଥିବା ସୂଚନା ମିଳିଛି। ସୂଚନା ମୁତାବକ, ଚିଣ୍ଟୁ ହେଉଛନ୍ତି ଜଣେ ଅସନ୍ତୁଷ୍ଟ ବିଜେପି କର୍ମୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି