Masthead

ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଉନ୍ନତି ପାଇଁ ଅନିର୍ଦ୍ଦଷ୍ଟ ସମୟ ପର୍ଯ୍ୟନ୍ତ ଚାଲିଲା ଆମରଣ ଅନଶନ

ବାଲିଆପାଳ(ବଡ଼ ଖବର ବ୍ୟୁରୋ): ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ସର୍ବାଙ୍ଗୀନ ଉନ୍ନତି ପାଇଁ ସାମାଜିକ ସଂଗଠନ ପକ୍ଷରୁ ଆଜିଠାରୁ ଅନିର୍ଦ୍ଦିଷ୍ଟ ସମୟ ପର୍ୟ୍ୟନ୍ତ ଆମରଣ ଅନଶନ ରେ ବସିବାକୁ ନେଇ ଜନସାଧାରଣ ରେ ଚର୍ଚ୍ଚା ବେସ୍ ଯୋର୍ ଧରିଛି। ତେବେ ସୂଚନାରୁ ପ୍ରକାଶ ବିଧାୟକ ଓ ସାଂସଦ ଯେଉଁ ସ୍ବାସ୍ଥ୍ୟ ସମ୍ବନ୍ଧିତ ସମସ୍ୟା ସମାଧାନ କରିବାକୁ ଥିବାବେଳେ ସେମାନେ ପାଲଟିଛନ୍ତି ନିଦାବିଷ୍ଣୁ । ତେବେ ସ୍ବାସ୍ଥ୍ୟ ସମ୍ବନ୍ଧିତ ସମସ୍ୟା ସମାଧାନ ପାଇଁ ଆଜିଠାରୁ ଆମରଣ ଅନଶନରେ ବସିଲେ ସ୍ଵାଭିମାନୀ ବାଲିଆପାଳିଆ ମଞ୍ଚ ର ସଦସ୍ୟ ମାନେ।

 

ଚାରିଦଫା ନେଇ ମଞ୍ଚ ପକ୍ଷରୁ ବାଲିଆପାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଆଗରେ ଧାରଣାରେ ବସିଛନ୍ତି। ସ୍ଵାଭିମାନୀ ବାଲିଆପାଳିଆ ମଞ୍ଚ ପକ୍ଷରୁ ବାରମ୍ବାର ସ୍ଥାନୀୟ ପ୍ରଶାସନ, ଜିଲ୍ଲାପାଳ, ମୁଖ୍ୟମନ୍ତ୍ରୀଙ୍କଠାରେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ର ବିଭିନ୍ନ ସମସ୍ୟା ପୂରଣ ପାଇଁ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ ପ୍ରସାଶନ କର୍ଣ୍ଣପାତ ନକରିବାରୁ ଆଜିଠାରୁ ଆମରଣ ଅନଶନରେ ବସିବାକୁ ବାଧ୍ୟହୋଇଛନ୍ତି। ତେବେ ଯେତେଦିନ ପର୍ୟ୍ୟନ୍ତ ଚାରୋଟି ଦାବି ପୂରଣ ନହୋଇଛି ସେତେଦିନ ପର୍ୟ୍ୟନ୍ତ ନଖାଇ ନପିଇ ମରଣ ପର୍ୟ୍ୟନ୍ତ ଅନଶନରେ ବସିବାର କହିଛନ୍ତି ମଞ୍ଚ ଆବାହକ ସତ୍ୟକାମ୍ ମହାନ୍ତି। ତେବେ ଦେଖିବାକୁ ବାକି ରହିଲା ପ୍ରଶାସନ କେବେ ମଞ୍ଚର ଦାବି ଗୁଡିକ ପୂରଣ କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା