Masthead

ଡିସେମ୍ବର ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ଅପିଲ୍ କଲେ ସରକାର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସ୍ଥଗିତ ରହିଲା ଶିକ୍ଷକ ଆନ୍ଦୋଳନ । ଦାବି ପୂରଣ ନେଇ ପ୍ରତିଶ୍ରୁତି ଦେଇଛି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ । ଶିକ୍ଷକଙ୍କ ଦାବି ସଂପର୍କରେ ସରକାରଙ୍କ ସହ ଆଲୋଚନା ପରେ ଆସନ୍ତା ଡିସେମ୍ବର ମାସ ଯାଏଁ ଅପେକ୍ଷା କରିବାକୁ କୁହାଯାଇଛି । ଏନେଇ ସୂଚନା ଦେଇଛନ୍ତି ନିଖିଳ ଉତ୍କଳ ଶିକ୍ଷକ ମହାସଂଘର ମହାସଚିବ ତି ଚାରୁଲତା ମହାପାତ୍ର । ୩ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଥିଲେ ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକ । ଗତ ୧୮ ତାରିଖରେ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟି ସହିତ ଆଲୋଚନା ପରେ ଆନ୍ଦୋଳନ ସ୍ଥଗିତ ରଖାଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏଥିରେ ହସ୍ତକ୍ଷେପ କରିବାକୁ ଅନୁରୋଧ କରିଥିଲେ ଶିକ୍ଷକ । ସିଏମଏଓ କାର୍ୟ୍ୟଳୟ ଶିକ୍ଷକଙ୍କ ସହିତ ଆଲୋଚନା କରିଥିଲା ।

ବୈଠକରେ ମୁଖ୍ୟତଃ ଗ୍ରେଡ-ପେ ବୃଦ୍ଧି, କଳା, କ୍ରିଡା ଶିକ୍ଷକଙ୍କ କ୍ୟାରିୟର ଆଡଭାନ୍ସ ପଲିସି, ଏକ୍ସ କ୍ୟାଡରଙ୍କୁ ରେଗୁଲାର କରିବା ଏବଂ ଓଲ୍ଡ ପେନସନ୍ ଲାଗୁ କରିବା ଭଳି ଦାବି ସଂପର୍କରେ ଆଲୋଚନା କରାଯାଇଥିବା ନିଖିଳ ଉକ୍ରଳ ପ୍ରାଥମିକ ଶିକ୍ଷକ ସଂଘର ମହାସଚିବ ସୂଚନା ଦେଇଛନ୍ତି । ଆଲୋଚନା ପରେ ନୂଆ ବର୍ଷରେ ଶିକ୍ଷକଙ୍କ ମାନଙ୍କୁ ଭେଟି ଦିଆଯିବ ବୋଲି ଆଶ୍ୱାସନା ମିଳିଛି । ତେବେ ବିଭିନ୍ନ ଦାବି ନେଇ ୧୦ଟି ପ୍ରାଥମିକ ଶିକ୍ଷକ ସଂଘ ଆନ୍ଦୋଳନ କରୁଥିବା ବେଳେ ୯ଟି ସଂଘର ବୈଠକରେ ସାମିଲ ହୋଇଥିଲେ । ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘକୁ ସିଏମଓ ଅଫିସରୁ ଡାକରା ଆସିନଥିଲା । ତେବେ ଦଳରୁ ବାହାରି ବଶୃଙ୍ଖଳିତ ଆଚରଣ କରିଥିବାରୁ ଡକା ଯାଇନଥିବା ସଂଘ ମହାସଚିବ ଚାରୁଲତା ମହାପାତ୍ର ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ