Masthead

ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଦିନିକିଆ; ସିରିଜ୍‌ ହାତେଇବା ଲକ୍ଷ୍ୟରେ ଭାରତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଦିନିକିଆ । କେ.ଏଲ୍‌ ରାହୁଲଙ୍କ ନେତୃତ୍ୱରେ ପଡ଼ିଆକୁ ଓହ୍ଲାଇବ ଟିମ୍ । ଇନ୍ଦୋରର ହୋଲକର ଷ୍ଟାଡିୟମରେ ଉଭୟ ଦଳ ମୁକାବିଲା କରିବେ।ଭାରତ ପ୍ରଥମ ମ୍ୟାଚକୁ ୫ ୱିକେଟରେ ଜିତି ଶୃଙ୍ଖଳାରେ ୧-୦ରେ ଆଗୁଆ ରହିଛି । ତେବେ ଦ୍ୱିତୀୟ ମ୍ୟାଚକୁ ି ଶୃଙ୍ଖଳାରେ ବିଜୟୀ ନେଇ ଲକ୍ଷ୍ୟ ରଖିଛି ଭାରତ । ଅନ୍ୟପକ୍ଷରେ ପ୍ରଥମ ମ୍ୟାଚରେ ପରାଜିତ ହୋଇଥିବା ପ୍ୟାଟ୍ କମିନସଙ୍କ ନେତୃତ୍ୱାଧିନ ଅଷ୍ଟ୍ରେଲିଆ ଶୃଙ୍ଖଳାକୁ ଫେରିବା ନେଇ ଉଦ୍ୟମ କରିବ । ବିଶ୍ୱକପ ପୂର୍ବରୁ ପ୍ରସ୍ତୁତି ନେଇ ଆୟୋଜିତ ଶୃଙ୍ଖଳାରେ ପ୍ରଥମ ମ୍ୟାଚରେ କେ ଏଲ ରାହୁଲଙ୍କ ନେତୃତ୍ୱାଧିନ ଭାରତ ଉଭୟ ବ୍ୟାଟିଂ ଓ ବୋଲିଂ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିଲା । ରୋହିତ ଶର୍ମା, ବିରାଟ କୋହଲି, ହାର୍ଦିକ ପାଣ୍ଡ୍ୟା ଓ କୁଳଦୀପ ଯାଦବଙ୍କ ବିନା ଖେଳିଥିବା ଭାରତ ୫ ୱକେଟରେ ମ୍ୟାଚକୁ ଜିତି ନେଇଥିଲା । ତେବେ ଆଜିର ମ୍ୟାଚ ଜିତି ସିରିଜ ହାତେଇବା ଲକ୍ଷ୍ୟ ରଖିବ ଭାରତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ