Masthead

ଆଜି ବିଧାନସଭା ମୌସୁମୀ ଅଧିବେଶନର ଦ୍ବିତୀୟ ଦିନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନ । ଆଜିଠୁ ସରଗରମ ହେବ ଗୃହ । ଉଠିବ ବିଭିନ୍ନ ପ୍ରସଙ୍ଗ । ବିଶେଷକରି, ଏଥର ବିରୋଧୀଙ୍କ ହାତରେ ଅନେକ ପ୍ରସଙ୍ଗ ରହିଛି । ମୁଣ୍ଡ ଉପରେ ନିର୍ବାଚନ ଥିବାରୁ ଶାସକଙ୍କୁ ଘେରିବାକୁ ବିରୋଧୀଙ୍କ ପାଇଁ ଏହି ଅଧିବେଶନ ବଡ ସୁଯୋଗ । ଗୃହରେ ବିଭିନ୍ନ ବିଭାଗର ପ୍ରଶ୍ନୋତ୍ତର କାର୍ୟ୍ୟକ୍ରମ ରହିଛି । ସ୍ବରାଷ୍ଟ୍ର, ଅର୍ଥ, ନିର୍ମାଣ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ଇସ୍ପାତ ଓ ଖଣି, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ, ସଂସଦୀୟ ବ୍ୟାପାର ବିଭାଗର ପ୍ରଶ୍ନୋତ୍ତର କାର୍ୟ୍ୟକ୍ରମ ରହିଛି ।

ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର ସରକାରଙ୍କୁ ଶାଣିତ ଆକ୍ରମଣ କରିବେ ବୋଲି ସୂଚନା ମଧ୍ୟ ଦେଇସାରିଛନ୍ତି । କଂଗ୍ରେସ ମଧ୍ୟ ଏଦିଗରେ ପ୍ରସ୍ତୁତି ସାରିଛି । ସେପଟେ ବିଜେଡି ସବୁବେଳେ ନିଜର କାଉଣ୍ଟର ରଣନୀତିରେ ବିରୋଧୀଙ୍କ ଉଦ୍ୟମକୁ ପଣ୍ଡ କରିଆସିଛି । ଅନ୍ୟପକ୍ଷରେ, ବିଜେଡିରୁ ବହିଷ୍କାର ହେବା ପରେ ଖଣ୍ଡପଡା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ କିଭଳି ଆଭିମୁଖ୍ୟ ରଖିବେ ତାହା ଉପରେ ମଧ୍ୟ ସମସ୍ତଙ୍କ ନଜର ରହିଛି ।।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ