Masthead

ମୋ ସରକାର ସର୍ବଦା ଲୋକଙ୍କ ସମସ୍ୟା ସମାଧାନକୁ ଗୁରୁତ୍ୱ ଦିଏ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଆରମ୍ଭ ହୋଇଛି ବିଧାନସଭା ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନ । ବିଜେପି ବିଧାୟକଙ୍କ ହଟ୍ଟଗୋଳ ଯୋଗୁଁ ୪ଟା ଯାଏଁ ଗୃହ ମୁଲତବି । ବାରମ୍ବାର ହଟ୍ଟଗୋଳ ପରେ ୪ଟା ଯାଏଁ ଗୃହ ମୁଲତବି । ବିରୋଧୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟ । ବିଧାନସଭାରେ ବିବୃତ୍ତି ରଖିଲେ ମୁଖ୍ୟମନ୍ତ୍ରୀ । କହିଛନ୍ତି, ମୋ ସରକାର ସର୍ବଦା ଲୋକଙ୍କ ସମସ୍ୟା ସମାଧାନକୁ ଗୁରୁତ୍ୱ ଦିଏ । ମୋ ସରକାର ହେଉଛି ଲୋକଙ୍କ ସରକାର ।
୬ ମାସରେ ୧୯୦ ଟି ସ୍ଥାନକୁ ଯାଇଛନ୍ତି, ୫୭୪୪୨ ଅଭିଯୋଗ ଗ୍ରହଣ ହୋଇଛି, ସେଥିମଧ୍ୟରୁ ୪୩୫୩୬ ସମାଧାନ ହୋଇଛି । ଦୁଇ ତିନି ମାସରେ ସମାଧାନ ହୋଇ ନଥିବା ଅଭିଯୋଗକୁ ସମାଧାନ କରାଯିବ । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଟ ସର୍ବଦା ମୁଖ୍ୟମନ୍ତ୍ରୀ କାର୍ୟ୍ୟାଳୟ ଦ୍ୱାରା ପରିଚାଳିତ, ଏଥିରେ ମନ୍ତ୍ରୀଙ୍କ ଆବଶ୍ୟକତା ନାହିଁ । ଅଭିଯୋଗ ଦାଖଲ ପରେ ବିଭାଗ ଅନୁଯାଇ ମନ୍ତ୍ରୀମାନଙ୍କ ତତ୍ୱାବଧନରେ ଏହାର ସମାଧାନ କରନ୍ତି । ବିରୋଧି ଆଣିଥିବା ଅଭିଯୋଗ ସମ୍ପୂର୍ଣ ମିଥ୍ୟା, ଲୋକଙ୍କ ମନରେ ଭ୍ରମ ସୃଷ୍ଟି କରାଯାଉଛି । ବିରୋଧୀ ଖୁସି ହେବା ଦରକାର ସେମାନଙ୍କ ଅଂଚଳର ଅନେକ ସମସ୍ୟା ର ସମାଧାନ ହୋଇଛି । ମୁଁ ବୁଝି ପାରୁନାହିଁ, ଲୋକଙ୍କ ସମସ୍ୟାର ସମାଧାନ ହେଉଥିବା ବେଳେ ଏହାକୁ କାହିଁକି ବିରୋଧ କରାଯାଉଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା