Masthead

ଭାରତୀୟ ମହିଳା କ୍ରିକେଟ ଟିମକୁ ସ୍ୱର୍ଣ୍ଣ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତକୁ ଆଉ ଏକ ସ୍ୱର୍ଣ୍ଣ । ଚିନରେ ଅନୁଷ୍ଟିତ ହେଉଥବା ୧୯ତମ ଏସିଆ ଗେମ୍ସରେ ଭାରତ ହାତରେ ଲାଗିଛି ଆଉ ଏକ ସ୍ୱର୍ଣ୍ଣ ପଦକ। ଏହି ସ୍ୱର୍ଣ୍ଣକୁ ହାତେଇଛି ଭାରତୀୟ ମହିଳା କ୍ରିକେଟ ଟିମ । ଚଳିତ ଥର ଏସିଆନ ଗେମ୍ସରେ କ୍ରିକେଟକୁ ସାମିଲ କରାଯାଇଥିବା ବେଳେ ଭାରତୀୟ ଟିମ ସ୍ୱର୍ଣ୍ଣ ଜିତିବାରେ ସଫଳ ହୋଇଛି ।

ଏସିଆନ ଗେମ୍ସ କ୍ରିକେଟରେ ଏହା ଭାରତର ପ୍ରଥମ ସ୍ୱର୍ଣ୍ଣ। ଆଜିର ଗୋଲ୍ଡ ମେଡାଲ ମୁକାବିଲାରେ ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଭାରତୀୟ ଟିମ ଶ୍ରୀଲଙ୍କାକୁ ୧୯ ରନରେ ପରାସ୍ତ କରିଛି । ପ୍ରଥମେ ବ୍ୟାଟିଂକରି ସ୍ମୃତି ମନ୍ଧାନାଙ୍କ ୪୬ ଓ ଜେମିମା ରୋଡ୍ରିଗସଙ୍କ ୪୨ ରନ ବଳରେ ୭ ୱିକେଟ ହରାଇ ୧୧୬ ରନ ସଂଗ୍ରହ କରିଥିଲା ଟିମ ଇଣ୍ଡିଆ ।

ଏହାର ଜବାବରେ ଶ୍ରୀଲଙ୍କା ନିର୍ଦ୍ଧାରିତ ୨୦ ଓଭର୍‌ରେ ୮ ୱିକେଟ ହରାଇ ମାତ୍ର ୯୭ ରନ କରିବାକୁ ସକ୍ଷମ ହୋଇଥିଲା। ଭାରତ ପକ୍ଷରୁ ତିତାସ ସାନ୍ଧୁ ସର୍ବାଧିକ ୩ଟି ୱିକେଟ ନେଇଥିବା ବେଳେ ରାଜେଶ୍ୱରରେ ଗାଏକ୍ୱାଡ ୨, ଦୀପ୍ତି ଶର୍ମା, ପୂଜା ବସ୍ତ୍ରକର ଓ ଦେବିକା ବୈଦ୍ୟ ଗୋଟିଏ ଲେଖାଏ ସଫଳତା ପାଇଛନ୍ତି। ତେବେ ମହିଳା କ୍ରିକେଟ ଟିମ୍ ସ୍ୱର୍ଣ୍ଣ ଜିତିବା ପରେ ସାରା ଦେଶରୁ ଛୁଟୁଛି ଶୁଭେଚ୍ଛାର ଶୁଅ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ