Masthead

ତୃତୀୟ ଦିନରେ ବି ସରଗରମ ହେବ ବିଧାନସଭା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ବିଧାନସଭା ଅଧିବେଶନର ତୃତୀୟ ଦିନ । ତୃତୀୟ ଦିନରେ ବି ସରଗରମ ହେବ ଗୃହ । ବିଭିନ୍ନ ପ୍ରସଙ୍ଗକୁ ନେଇ ଗୃହରେ ପ୍ରଶ୍ନ ଉଠାଇବେ ବିରୋଧୀ । ଗତକାଲି ଦିନତମାମ ହୁଲୁସ୍ତୁଲ ହୋଇଥିଲା ବିଧାନସଭା । ଫାଇଭ୍-ଟି ସଚିବଙ୍କ ଗସ୍ତ ସମ୍ପର୍କରେ ପଚରାଯାଇଥିବା ପ୍ରଶ୍ନର ଉତ୍ତର ନମିଳିବା ପ୍ରତିବାଦରେ ବିଜେପି ସଭ୍ୟମାନେ ଗୃହରେ ହଟ୍ଟଗୋଳ କରିଥିଲେ । ଗୃହ ମଧ୍ୟଭାଗରେ ନାରାବାଜି କରିବାରୁ ଚାଲିପାରିନଥିଲା ଗୃହକାର୍ୟ୍ୟ ।

ବିଜେଡି ସଦସ୍ୟମାନେ ମାନେ ନିଜ ନିଜ ଆସନରେ ଛିଡାହୋଇ କେନ୍ଦ୍ରର ଅବହେଳା ପ୍ରସଙ୍ଗ ଉଠାଇଥିଲେ । ବିଶେଷ କରି ଜାତୀୟ ରାଜପଥ ନିର୍ମାଣରେ ଅବହେଳା କଥା କହି ବିଜେପି ସଭ୍ୟଙ୍କୁ ଟାର୍ଗେଟ୍ କରି ସ୍ଲୋଗାନ ଦେଇଥିଲେ । ଗୃହ ଭିତରେ ଓ ବାହାରେ ଉଭୟ ବିଜେପି ଓ କଂଗ୍ରେସ ସରକାରଙ୍କୁ ଭର୍ତ୍ସନା କରିଥିଲେ । ଏପରିକି ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ବି ଗୃହରେ ସ୍ଥିତି ସ୍ୱାଭାବିକ ହୋଇପାରିନଥିଲା । ବାଚସ୍ପତି ସର୍ବଦଳୀୟ ବୈଠକ ଡାକିଥିଲେ ମଧ୍ୟ ବିଫଳ ହୋଇଥିଲା । ଆଜି ବି କମ୍ପିବ ବିଧାନସଭା । ତୃତୀୟ ଦିନରେ ବିଭିନ୍ନ ପ୍ରସଙ୍ଗରେ ସରଗରମ ହେବ ଗୃହ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ