Masthead

ଶ୍ରୀ ନଅରରେ ପାଳନ ହେବ ସୁନିଆଁ ଉତ୍ସବ

ପୁରୀ(ବଡ଼ ଖବର ବ୍ୟୁରୋ):ଆଜି ହେଉଛି ପବିତ୍ର ସୁନିଆ ଉତ୍ସବ। ଆଜିଠାରୁ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହୋଇଛି ୧୪୩୧ ସାଲ ୬୭ ଅଙ୍କର ପ୍ରବେଶ। ଏହି ଅବସରରେ ଆଜି ସନ୍ଧ୍ୟାରେ ପୁରୀ ଗଜପତିଙ୍କ ଶ୍ରୀନଅରରେ ପାଳିତ ହେବ ସୁନିଆଁ ଉତ୍ସବ। ଆଜିଠାରୁ ଗଜପତି ମହାରାଜାଙ୍କର ୬୭ ଅଙ୍କ ଆରମ୍ଭ ହେବ । ଜାତକ ଓ ପାଞ୍ଜି ଅଙ୍କ ଗଣନାର ରହିଛି ବିଶେଷ ମହତ୍ୱ। ସୁନିଆଁ ଅବସରରେ ଶ୍ରୀନହର ପ୍ରାଙ୍ଗଣରେ ଥିବା କନକ ଦୂର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯିବ । କନକଦୂର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ ,ନୃସିଂହ ଆଦି ଦେବା ଦେବୀଙ୍କୁ ପୂଜାର୍ଚ୍ଚନା କରିବେ ଗଜପତି ମହାରାଜ ।

ଗଜପତିଙ୍କର ଏହି ପୂଜାକୁ ଦେବାର୍ଚ୍ଚନା କୁହାଯାଏ। ଦେବାର୍ଚ୍ଚନା ଓ ମଙ୍ଗଳାର୍ପଣ ପରେ ଶ୍ରୀନହରରେ ସୁନିଆଁର ବିଶେଷ ପର୍ବ ଆରମ୍ଭ ହେବ । ଗଜପତିଙ୍କ ଉପସ୍ଥିତିରେ ଶ୍ରୀନହରରେ ଅଙ୍କ କଟା ନିତୀ ସମ୍ପାଦନ କରାଯିବ । ଏହି ଅବସରରେ ଶ୍ରୀନହର ପକ୍ଷରୁ ନୂତନ ଅଙ୍କ ପାଇଁ ଏକ ସ୍ୱର୍ଣ୍ଣ ମୁଦ୍ରା ପ୍ରଚଳନ କରାଯିବ ।

ରାଜଗୁରୁଙ୍କ ଉପସ୍ଥିତିରେ ବରାହ ନୃସିଂହ, ଲକ୍ଷ୍ମୀ ନୃସିଂହ ଆଦି ଦେବା ଦେବୀଙ୍କ ଚିହ୍ନ ଥିବା ମୁଦ୍ରାକୁ ନହର କରଣ ପ୍ରଚଳନ କରାଇବା ସହ ଗଜପତି ମହାରାଜ ଏହାକୁ ଘୋଷଣା କରିବେ ଆଜି ମଧ୍ୟ ଶ୍ରୀମନ୍ଦିରରେ ଗରୁଡ଼ ପାର୍ଶ୍ୱ ପରିବର୍ତ୍ତନ ନୀତି ଅନୁଷ୍ଠିତ ହେବ । ବାମନ ଜନ୍ମ ନୀତି ପାଇଁ ଆଜି ମଧ୍ୟାହ୍ନ ଧୂପ ଛେକ ପରେ ପ୍ରାୟ ୩ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ, ଜନ୍ମ ନୀତି ସରିବା ପରେ ପୁନର୍ବାର ଦର୍ଶନ ଚାଲୁ ରହିବ ବୋଲି ଜଣାପଡିଛି ।।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା