Masthead

ପୁଣି ଅଶାନ୍ତ ମଣିପୁର, ଅକ୍ଟୋବର ପହିଲା ପର୍ଯ୍ୟନ୍ତ ଇଣ୍ଟରନେଟ ସେବା ବନ୍ଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ଅଶାନ୍ତ ମଣିପୁର । ଅକ୍ଟୋବର ପହିଲା ପର୍ଯ୍ୟନ୍ତ ଇଣ୍ଟରନେଟ ସେବା ବନ୍ଦ । ଦୁଇ ଜଣ ଶିକ୍ଷାର୍ଥୀଙ୍କ ମୃତଦେହର ଫଟୋ ଭାଇରାଲ ହେବା ପରେ ପୁଣି ଥରେ ଅଶାନ୍ତ ହୋଇପଡ଼ିଛି ମଣିପୁର । ଏଥିପାଇଁ ମଣିପୁରରେ ମୋବାଇଲ ଇଣ୍ଟରନେଟ ସେବାକୁ ବ୍ୟାନ କରି ଦିଆଯାଇଛି । ମାତ୍ର ୨ ଦିନ ତଳେ ମଣିପୁରରେ ଇଣ୍ଟରନେଟ ସେବା ସ୍ୱାଭାବିକ ହୋଇଥିଲା। ହେଲେ ପୁଣିଥରେ ଏହା ଉପରେ ଲଗାଯାଇଛି । ଅସ୍ଥାୟୀ ଭାବେ ମୋବାଇଲ ଇଣ୍ଟନନେଟ ସେବାକୁ ବନ୍ଦ କରାଯାଇଛି ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି ।

ଅକ୍ଟୋବର ୧ ତାରିଖ କାର୍ୟ୍ୟକାରୀ ହେବ। ଆଦିବାସୀ ଓ ଅଣଆଦିବାସୀଙ୍କ ସଂଘର୍ଷ ଯୋଗୁ ମଣିପୁର ସ୍ଥିତି ବେହାଲ ହୋଇଥିଲା । ରାଜ୍ୟର ଜଣେ ଛାତ୍ର ଓ ଆଉ ଜଣେ ଛାତ୍ରୀଙ୍କୁ ଅପହରଣ କରିବା ପରେ ନିର୍ମମ ଭାବେ ହତ୍ୟା କରାଯାଇଛି । ଶିକ୍ଷାର୍ଥୀମାନେ ନ୍ୟାୟ ଦାବିରେ ମୁଖ୍ୟମନ୍ତ୍ରୀ ଏନ ବୀରେନ ସିଂହଙ୍କ ବାସଭବନ ଆଡ଼କୁ ଶୋଭାଯାତ୍ରା କରିବାର ଥିଲା । କିନ୍ତୁ ସେମାନଙ୍କୁ ସୁରକ୍ଷାକର୍ମୀମାନେ ଅଟକାଇବାରୁ ସ୍ଥିତି ବେକାବୁ ହୋଇଥିଲା । ବିକ୍ଷୋଭକାରୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ସଂଘର୍ଷ ଦେଖିବାକୁ ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି