ଅଶାନ୍ତ ମଣିପୁର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର

ଇମ୍ଫାଲ (ବଡ଼ ଖବର ବ୍ୟୁରୋ କିଛି ଦିନର ସ୍ଥିରତା ପରେ ପୁଣି ଅଶାନ୍ତ ହୋଇଛି ମଣିପୁର । କିଛି ଦିନ ପୂର୍ବରୁ ମଣିପୁରରେ ଇଣ୍ଟରନେଟ୍ ସେବା ପୁନଃସ୍ଥାପିତ ହୋଇଥିଲା। ଇଣ୍ଟରନେଟ ଆସିବା ପରେ ଜୁଲାଇ ମାସରେ ଦୁଇ ନିଖୋଜ ଛାତ୍ରଙ୍କ ମୃତଦେହର ଭିଡ଼ିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଏହି ପ୍ରସଙ୍ଗରେ ତୁରନ୍ତ ପଦକ୍ଷେପ ନେବାକୁ ରାଜ୍ୟ ସରକାର ନିଶ୍ଚିତ କରିଥିଲେ। ଯାହାକୁ ନେଇ ପୁଣି ମଣିପୁର ଅଶାନ୍ତ ହେବାକୁ ଲାଗିଛି । ଏବେ ନିଖୋଜ ହୋଇଥିବା ଦୁଇ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି ।

ମୃତଦେହ ମିଳିବା ଘଟଣାରେ ରାଜ୍ୟରେ ପୁଣି ହିଂସାପୂର୍ଣ୍ଣ ମାହୋଲ ସୃଷ୍ଟି କରିଛି । ପ୍ରଦର୍ଶନକାରୀ ଓ ପୁଲିସ ମୁହାଁମୁହିଁ ଘଟଣା ହିଂସାକୁ ବୃଦ୍ଧି କରିବା ସହ ମାହୋଲକୁ ପୁଣି ବିଗାଡିଛି । ବୁଧବାର ମଧ୍ୟ ପ୍ରତିବାଦ ଜାରି ରହିଛି । ଶହ ଶହ ସଂଖ୍ୟକ ଲୋକ ଇମ୍ପାଲ ଓ ଅନ୍ୟାନ୍ୟ ସ୍ଥାନରେ ବିକ୍ଷୋଭ କରିଛନ୍ତି । ସେପଟେ ଅକ୍ଟୋବର ୧ରୁ ଆଗାମୀ ୬ମାସ ଯାଏଁ ପୂରା ମଣିପୁରକୁ ଅଶାନ୍ତ ଅଞ୍ଚଳଭାବେ ଘୋଷଣା କରାଯିବା ସହ ଆଫସା ବଳବତର ରହିବ । ଏଥିରୁ କେବଳ ୧୯ଟି ଥାନା ଅଞ୍ଚଳକୁ ବାଦ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ