Masthead

ସରକାର ଲୋକଙ୍କ ସମସ୍ୟାକୁ ଅଣଦେଖା କରୁଛନ୍ତି: ସଞ୍ଜୟ ରାଉତ

ମହାରାଷ୍ଟ୍ର (ବଡ଼ ଖବର ବ୍ୟୁରୋ): ନାଗପୁରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସହର ବନ୍ୟା ଜଳରେ ଉବୁଟୁବୁ ହେଉଛି। ମହାରାଷ୍ଟ୍ରର କିଛି ଅଞ୍ଚଳରେ ଏବେ ମରୁଡି ପଡ଼ିଛି। ଯାହାକୁ ନେଇ ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ରାଜ୍ୟ ସରକାରଙ୍କୁ କଡା ସମାଲୋଚନା କରିଛନ୍ତି। ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁଁ ବନ୍ୟା ପରିସ୍ଥିତି ଉପୁଜିଛି। ସରକାର ଲୋକଙ୍କ ସମସ୍ୟାକୁ ଅଣଦେଖା କରୁଥିବା ସଞ୍ଜୟ ରାଉତ ଅଭିଯୋଗ କରିଛନ୍ତି। ଶିନ୍ଦେ କାହିଁକି ସେହି ଅଞ୍ଚଳକୁ ଯାଉ ନାହାନ୍ତି ?

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବା ପରିବର୍ତ୍ତେ ବଲିଉଡ ଏବଂ ଟଲିଉଡ ସେଲିବ୍ରିଟିଙ୍କ ସହ ଗଣେଶ ଉତ୍ସବ ପାଳନରେ ମୁଖ୍ୟମନ୍ତ୍ରୀ ବ୍ୟସ୍ତ ଅଛନ୍ତି ବୋଲି ସଞ୍ଜୟ ରାଉତ କହିଛନ୍ତି । ସଞ୍ଜୟ ଆହୁରି ମଧ୍ୟ କହିଛନ୍ତି ’ଆପଣ ରାଜ୍ୟରେ କେଉଁ ବିନିଯୋଗ ଆଣିବାକୁ ଯାଉଛନ୍ତି? ପ୍ରଥମେ ମହାରାଷ୍ଟ୍ରରୁ ଗୁଜରାଟକୁ ଯାଇଥିବା ନିବେଶକୁ ଫେରାଇ ଆଣ। ଶିନ୍ଦେଙ୍କ ୟୁରୋପ ଗସ୍ତ ସ୍ଥଗିତ ହେବାର କାରଣ ପଚରାଯିବାରୁ ରାଉତ କହିଛନ୍ତି ଶିବସେନା (ୟୁବିଟି), ଆଦିତ୍ୟ ଠାକରେ ଏବଂ ମହାରାଷ୍ଟ୍ରର ଲୋକଙ୍କୁ ମୁଖ୍ୟମନ୍ତ୍ରୀ ଭୟ କରୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି