Masthead

ଭିଜିଲାନ୍ସ ହାତରେ ଧରାପଡିଲେ ଏଷ୍ଟିମେଟର

ରାୟଗଡା(ବଡ଼ ଖବର ବ୍ୟୁରୋ): ୭ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଏଷ୍ଟିମେଟର । ଠିକାଦାର ସୁମନ୍ତ ପରିଡ଼ାଙ୍କଠାରୁ ଲାଞ୍ଚ ନେବାବେଳେ ଧରାପଡିଲେ। ରାୟଗଡ଼ା ଜନସ୍ୱାସ୍ଥ୍ୟ ବିଭାଗ (ପିଏଚଡ଼ି) ଏଷ୍ଟିମେଟର ରମାକାନ୍ତ ମଲ୍ଲିକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଜଣେ ଠିକାଦାରଙ୍କଠାରୁ ୭ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନସ୍ ହାତରେ ଧରାପଡିଲେ। ଝଞ୍ଜାବତି ନଦୀରେ ଥିବା ପମ୍ପ ହାଉସ ମରାମତି ବାବଦର ଏଷ୍ଟିମେଟ କରିବା ପାଇଁ ଠିକାଦାର ସୁମନ୍ତ ପରିଡ଼ାଙ୍କଠାରୁ ଲାଞ୍ଚ ନେଉଥିଲେ।

ଗତ ଫେବୃୟାରୀ ମାସରେ ଏହାର ମରାମତି କାର‌୍ୟ୍ୟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଏଷ୍ଟିମେଟ ହୋଇନଥିଲା। ଏଷ୍ଟିମେଟ କରିବା ପାଇଁ ବାରମ୍ବାର ଲାଞ୍ଚ ମାଗିବାରୁ ଠିକାଦାର ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ଏହାପରେ ଆଜି ଏଷ୍ଟିମେଟର ରମାକାନ୍ତ ମଲ୍ଲିକ ନିର୍ବାହୀ ଯନ୍ତ୍ରୀ କାର୍ଯ୍ୟାଳୟ ପରିସରରେ ଥିବା ନିଜ ପ୍ରକୋଷ୍ଠରେ ଲାଞ୍ଚ ଟଙ୍କା ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ। ଭିଜିଲାନ୍ସ ଅତିରିକ୍ତ ଏସପି ଅରୁଣ କୁମାର ନାୟକ ଓ ଇନ୍ସପେକ୍ଟର ତରୁଲତା ବେହେରା ଚଢ଼ାଉ କରି ଧରିଥିଲେ। ଏହାପରେ ସିରିକଣା ସ୍ଥିତ ତାଙ୍କ ଭଡାଘରେ ମଧ୍ୟ ଚଢ଼ାଉ କରିଥିଲେ। ସେଠାରୁ ତାଙ୍କୁ ରାୟଗଡ଼ା ଭିଜିଲାନ୍ସ ଡିଏସପି କାର‌୍ୟ୍ୟାଳୟ ନିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା