Masthead

୨୦୨୯ ସୁଦ୍ଧା ‘ୱାନ ନେସନ ୱାନ ଇଲେକ୍ସନ’!

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୨୦୨୪ରେ ଲୋକ ସଭା ଓ ବିଧାନସଭାଗୁଡ଼ିକର ଏକକାଳୀନ ନିର୍ବାଚନ ହେବ ନାହିଁ। ଯଦିଓ ଏହା ୨୦୨୪ ପୂର୍ବରୁ ସମ୍ଭବ ହୋଇପାରିବ ନାହିଁ କିନ୍ତୁ ୨୦୨୯ ସୁଦ୍ଧା କାର୍ଯ୍ୟକାରୀ କରିବାକୁ ଯଥାସମ୍ଭବ ପ୍ରୟାସ ଚାଲିଛି ବୋଲି ଜଣାପଡ଼ିଛି । ଆଇନ କମିସନ ଏବେର ବିଧାନସଭାମାନଙ୍କର କାର୍ଯ୍ୟକାଳ ବଢ଼ାଇ କିମ୍ବା କମାଇ ୨୦୨୯ରେ ଲୋକସଭା ନିର୍ବାଚନ ସହିତ ସମସ୍ତ ବିଧାନସଭା ନିର୍ବାଚନ କରାଇବା ଫର୍ମୁଲାରେ କାମ କରୁଛି ।

୨୦୨୯ରେ ଏହାକୁ କାର୍ୟ୍ୟକାରୀ କରାଯାଇପାରିବ ବୋଲି ଲ’ କମିଶନ ମତ ଦେଇଥିବା ସୂତ୍ରରୁ ଜଣାପଡ଼ିଛି। ‘ଏକ ଦେଶ ଏକ ନିର୍ବାଚନ’କୁ ନେଇ ବିତର୍କ ଜାରି ରହିଥିବାବେଳେ ଲ’ କମିଶନ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ନିଜ ରିପୋର୍ଟ ପ୍ରକାଶ କରିପାରନ୍ତି। ସବୁ ନିର୍ବାଚନକୁ ଏକାଥରକେ କରିବାକୁ ହେଲେ ସମ୍ବିଧାନ ସଂଶୋଧନ ଜରୁରୀ। ତେଣୁ ବର୍ତ୍ତମାନ ଏହାକୁ କାର୍ଯ୍ୟକାରୀ କରାଯାଇପାରିବ ନାହିଁ ବୋଲି କମିଶନ କହିଛନ୍ତି। ପ୍ରକାଶ ଯେ, ୨୦୨୨ ଡିସେମ୍ବରରେ ୨୨ତମ ଲ’ କମିଶନ ଏହା ଉପରେ ୬ଟି ପ୍ରଶ୍ନକୁ ନେଇ ଜାତୀୟ ଦଳଗୁଡ଼ିକ ସମେତ ବିଭିନ୍ନ ପକ୍ଷଙ୍କ ମତାମତ ଲୋଡ଼ିଥିଲେ।

ପୂର୍ବରୁ ୨୦୧୮ରେ ୨୧ତମ ଲ’ କମିଶନ ଏକକାଳୀନ ନିର୍ବାଚନ ସମ୍ପର୍କିତ ଚିଠା ରିପୋର୍ଟ ଆଇନ ମନ୍ତ୍ରଣାଳୟ ନିକଟରେ ଦାଖଲ କରିଥିଲେ। ଯଦିଓ ଏହା ୨୦୨୪ ପୂର୍ବରୁ ସମ୍ଭବ ହୋଇପାରିବ ନାହିଁ କିନ୍ତୁ ୨୦୨୯ ସୁଦ୍ଧା କାର୍ୟ୍ୟକାରୀ କରିବାକୁ ଯଥାସମ୍ଭବ ପ୍ରୟାସ ଚାଲିଛି ବୋଲି ଜଣାପଡ଼ିଛି । ଆଇନ କମିସନ ଏବେର ବିଧାନସଭାମାନଙ୍କର କାର୍ୟ୍ୟକାଳ ବଢ଼ାଇ କିମ୍ବା କମାଇ ୨୦୨୯ରେ ଲୋକସଭା ନିର୍ବାଚନ ସହିତ ସମସ୍ତ ବିଧାନସଭା ନିର୍ବାଚନ କରାଇବା ଫର୍ମୁଲାରେ କାମ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି