Masthead

ଆଜି ଭାରତ ଓ ଇଂଲଣ୍ଡ ମଧ୍ୟରେ ଖେଳାଯିବ ୱାର୍ମ ଅପ ମ୍ୟାଚ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଇସିସି ପୁରୁଷ ବିଶ୍ୱକପ୍କୁ ଆଉ ମାତ୍ର ୪ ଦିନ । ଏହା ପୂର୍ବରୁ ଆରମ୍ଭ ହୋଇଛି ୱାର୍ମ ଅପ୍ ମ୍ୟାଚ । ଶୁକ୍ରବାର ଠାରୁ ଆରମ୍ଭ ହୋଇଛି ଏହି ମ୍ୟାଚ । ଆଜି ଭାରତ ଓ ଇଂଲଣ୍ଡ ମଧ୍ୟରେ ଖେଳାଯିବ ଏହି ୱାର୍ମ ଅପ ମ୍ୟାଚ । ଗୌହାଟୀର ବର୍ଷାପରା କ୍ରିକେଟ ଷ୍ଟାଡିୟମରେ ଖେଳାଯିବ ଏହି ମ୍ୟାଚ । ରୋହିତ ଶର୍ମାଙ୍କ ନେତୃତ୍ୱରେ ୱାର୍ମଅପ ମ୍ୟାଚ ଖେଳିବାକୁ ପଡିଆକୁ ଓହ୍ଲାଇବ ଟିମ ଇଣ୍ଡିଆ । ଅପରାହ୍ନ ୨ ଟାରେ ଆରମ୍ଭ ହେବ ଏହି ମ୍ୟାଚ । ଏସିଆ କପ୍ ସହ ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍ ଜିତିବା ପରେ ଭଲ ଲୟରେ ରହିଛନ୍ତି ରୋହିତ୍ ବାହିନୀ ।

ସେହିପରି ଇଂଲଣ୍ଡ ମଧ୍ୟ ନ୍ୟୁଜିଲାଣ୍ଡ ଓ ଆୟରଲାଣ୍ଡ ବିପକ୍ଷ ସିରିଜ୍ ଜିତିଛି । ୱାର୍ମଅପରେ ଭାରତର ବ୍ୟାଟିଂ ଉପରେ ରହିବ ସମସ୍ତଙ୍କ ନଜର ।ରୋହିତଙ୍କ ସହ ଶୁବମନ୍ ଗିଲ ଓପନ୍ କରିବେ । ମଧ୍ୟକ୍ରମରେ ବିରାଟ କୋହଲି, ରାହୁଲ ଓ ଆୟରଙ୍କୁ ସୁଯୋଗ ଦେଇପାରେ ଦଳ । ସେପଟେ ଆନୁଷ୍ଠାନିକ ମ୍ୟାଚ୍‌ ପୂର୍ବରୁ ୧୦ଟି ଟିମ୍‌ ଖେଳିବେ ଦୁଇଟି ଲେଖାଏଁ ଓ୍ବାର୍ମ ଅପ୍‌ ମ୍ୟାଚ୍‌ । ଶୁକ୍ରାବର ହାଇଦ୍ରାବାଦରେ ପାକିସ୍ତାନ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିଲା ଅଭ୍ୟାସ ମ୍ୟାଚ । ଏହି ମ୍ୟାଚରେ ପାକିସ୍ତାନକୁ ୫ୱିକେଟରେ ପରାସ୍ତ କରିଛି ନୁ୍ୟଜିଲାଣ୍ଡ । ସେହିପରି ବାଂଲାଦେଶ ୭ ୱିକେଟରେ ଶ୍ରୀଲଙ୍କାକୁ ପରାସ୍ତ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି