Masthead

ହାତୀ ଖୋଜରେ ଜୀବନ ଗଲା

ରାସଗୋବିନ୍ଦପୁର, (ବଡ଼ ଖବର ବ୍ୟୁରୋ): ମାତିଛନ୍ତି ଗଜରାଜ । ଦନ୍ତାହାତୀଙ୍କ ଆକ୍ରମଣରେ ଜଣେ ମହିଳାଙ୍କ ଜୀବନ ଯାଇଛି । ରାସଗୋବିନ୍ଦପୁର ବ୍ଲକ ପଳାଶମୁଣ୍ଡଳୀ ଗାଁରୁ ଆସିଛି ଏଭଳି ଦୁଃଖଦ ଖବର । ମୃତ ମହିଳା ହେଲେ ପଳାଶମୁଣ୍ଡଳୀ ଗାଁର ସୁଭଦ୍ରା ରଣା(୬୫) । ହାତୀ ଏମିତି ଆକ୍ରମଣ କରିଛି ଯେ ତାଙ୍କ ଶରୀରର ସମସ୍ତ ହାଡ଼ ଭାଙ୍ଗି ଯାଇଛି । ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି କରିଛି । ସୁଭଦ୍ରାଙ୍କ ପରିବାରକୁ କ୍ଷତି ପୂରଣ ଦେବା ଲାଗି ଦାବି କରିଛନ୍ତି ଗ୍ରାମବାସୀ ।

କିଛିଦିନ ହେବ ରାସଗୋବିନ୍ଦ ରେଞ୍ଜରେ ହାତୀପଲ ମାତିଛନ୍ତି । ବ୍ୟାପକ ଫସଲ ନଷ୍ଟ କରୁଛନ୍ତି । ବନ ବିଭାଗ କର୍ମଚାରୀମାନେ ହାତୀ ଘଉଡାଇବାରେ ବିଫଳ ହୋଇଛନ୍ତି । ଦୁଇଦିନ ପୂର୍ବେ ମଧ୍ୟ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ