Masthead

ମଣିପୁରରେ ଦୁଇ ଛାତ୍ରଛାତ୍ରୀଙ୍କୁ ଅପହରଣ ଓ ହତ୍ୟା ଘଟଣାରେ ୪ ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମଣିପୁରରେ ଦୁଇ ଛାତ୍ରଛାତ୍ରୀଙ୍କୁ ହତ୍ୟା ଘଟଣାରେ ଗିରଫ ହେଲେ ୪ ଅଭିଯୁକ୍ତ । ଦୋଷୀଙ୍କୁ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଏନ ବିରେନସିଂ କହିଛନ୍ତି । ହୋଷୀଙ୍କୁ ଫାଶୀ ଦେବା ପାଇଁ କୋର୍ଟରେ ଦ୍ବାରସ୍ଥ ହେବେ ରାଜ୍ୟ ସରକାର । ଦୁଇ ବିଦ୍ୟାର୍ଥୀଙ୍କ ମୃତ୍ୟୁକୁ ମଣିପୁର ସମ୍ପୂର୍ଣ୍ଣ ଅଶାନ୍ତ ହୋଇପଡ଼ିଛି । ହିଂସା, ବିଦ୍ରୋହର ନିରାପଦ ଚରାଭୁଁଇ ପାଲଟିଛି ପୂରା ରାଜ୍ୟ । ଯାହାକୁ ନେଇ ୬ ମାସ ପାଇଁ ସମ୍ପୂର୍ଣ୍ଣ ରାଜ୍ୟକୁ ଅଶାନ୍ତ ଘୋଷଣା କରିଛନ୍ତି ରାଜ୍ୟ ସରକାର ।

ଦୁଇ ଛାତ୍ରଛାତ୍ରୀଙ୍କୁ ଅପହରଣ ପରେ ହତ୍ୟା କରାଯାଇଥିଲା, ସେପ୍ଟେମ୍ବର ୨୫ରେ ଏହାର ଭିଡିଓ ଭାଇରାଲ ପରେ ଚାରିଆଡୁ ବିରୋଧର ସମ୍ମୁଖୀନ ହୋଇଥିଲେ ରାଜ୍ୟ ସରକାର । ସେମାନଙ୍କୁ ଅପହରଣ ପରେ ହତ୍ୟା ଅଭିଯୋଗରେ ଛାତ୍ରଛାତ୍ରୀଙ୍କ ଆକ୍ରୋଶ ଦେଖିବାକୁ ମିଳିଥିଲା । ଛାତ୍ରଛାତ୍ରୀ ମାନେ ଜୋରଦାର ବିରୋଧ ପ୍ରଦର୍ଶନ କରିଥିଲେ । ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂହଙ୍କ ବିରୋଧରେ ନାରା ଦେଇଥିଲେ ଛାତ୍ରଛାତ୍ରୀ । ଯାହାକୁ ନେଇ ସିବିଆଇ ତଦନ୍ତ ହୋଇଥିଲା । ଅଭିଯୁକ୍ତ ଧରାପଡ଼ିବା ପରେ ସେମାନଙ୍କୁ ଉଚିତ ଦଣ୍ଡ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼