Masthead

ସିକ୍କିମରେ ପ୍ରଳୟଙ୍କାରୀ ବନ୍ୟା, ନିଖୋଜ ଯବାନଙ୍କ ମଧ୍ୟରେ ଅଛନ୍ତି ଓଡ଼ିଆ ଯବାନ

(ବଡ଼ ଖବର ବ୍ୟୁରୋ): ସିକ୍କିମରେ ପ୍ରଳୟଙ୍କାରୀ ବନ୍ୟା । ନିଖୋଜ ଯବାନଙ୍କ ମଧ୍ୟରେ ଅଛନ୍ତି ଜଣେ ଓଡ଼ିଆ ଯବାନ । ଗତକାଲି ବନ୍ୟାରେ ୨୩ ଜଣ ଯବାନ ଭାସିଯାଇ ନିଖୋଜ ହୋଇଥିଲେ । ସେମାନଙ୍କ ମଧ୍ୟରେ ଅଛନ୍ତି କାମାକ୍ଷାନଗର ଅଞ୍ଚଳରେ ହାବିଲଦାର ସରୋଜ କୁମାର ଦାସ । ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଦିଘି ପଞ୍ଚାୟତ କେନ୍ଦୁଢିପ ଗାଁର ହାବିଲଦାର ସରୋଜ କୁମାର ସାହୁ ସିକ୍କିମ ବନ୍ୟାରେ ନିଖୋଜ ଅଛନ୍ତି। ସେ ୨୦୧୨ ସେପ୍ଟେମ୍ବରରେ ସେନାରେ ଇଏମଇ ଯବାନ ଭାବେ ନିଯୁକ୍ତି ପାଇଥିଲେ । ସରୋଜ ଗତ ସାତ ମାସ ହେବ ବିବାହ କରିଥିବା ବେଳେ ଦୁଇମାସ ପୂର୍ବରୁ ଅର୍ଥାତ ଅଗଷ୍ଟ ମାସରେ ଘରକୁ ଆସିଥିଲେ। ପ୍ରବଳ ବର୍ଷା ଯୋଗୁଁ ଗାଡ଼ି ଭିତରେ ରହିଥିବା କଥା ସେ ମଙ୍ଗଳବାର ରାତିରେ ପରିବାର ଲୋକଙ୍କୁ ଫୋନରେ କହିଥିଲେ । ବୁଧବାର ଦିନ ୧୧ ଟାରେ ପରିବାର ଲୋକ ଖବର ପାଇଥିଲେ ଯେ ସରୋଜ ନିଖୋଜ ଅଛନ୍ତି । ଖବର ପାଇ ପରିବାର ସହ ସମଗ୍ର ଅଞ୍ଚଳ ଦୁଃଖର ଛାୟା ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ