ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ଵିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆସନ୍ତାକାଲି ପ୍ରାୟ ଅପରାହ୍ନ ୫ ଟାରୁ ରାତି ୯ଟା ପର୍ୟ୍ୟନ୍ତ ଚାରି ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବନକଲାଗି ନିତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ