Masthead

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ଵିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆସନ୍ତାକାଲି ପ୍ରାୟ ଅପରାହ୍ନ ୫ ଟାରୁ ରାତି ୯ଟା ପର୍ୟ୍ୟନ୍ତ ଚାରି ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବନକଲାଗି ନିତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା