୨୧ ତାରିଖରେ ବିବାହ ପାଇଁ ଆବେଦନ କରିଛନ୍ତି, ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର

ଜଗତସିଂପୁର (ବଡ଼ ଖବର ବ୍ୟୁରୋ):ବିବାହକୁ ନେଇ ପୁଣି ଚର୍ଚ୍ଚାକୁ ଆସିଛନ୍ତି ତିର୍ତ୍ତୋଲର ବିଜେଡି ବିଧାୟକ ବିଜୟଶଙ୍କର ଦାସ । ଶ୍ରୀ ଦାସ ବିବାହ ପଞ୍ଜିକରଣ ପାଇଁ କଟକ ସବ୍-ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟରେ ଆବେଦନ କରିଥିବା ଜଣାଯାଇଛି । ଶ୍ରୀ ଦାସ ବିବାହ ପାଇଁ ଆବେଦନ କରିବା ପରେ ପୁଣି ତାଙ୍କୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ଜଗତସିଂହପୁରର ପୂର୍ବତନ ବିଧାୟକ ତଥା ବରିଷ୍ଠ ବିଜେଡି ନେତା ସ୍ୱର୍ଗତ ବିଷ୍ଣୁ ଦାସଙ୍କ ପୁଅ ବିଜୟ ଶଙ୍କର ଦାସଙ୍କ ତାଙ୍କର ବାନ୍ଧବୀ ସୋମାଲିକା ଦାସଙ୍କ ସହ ସଂପର୍କକୁ ନେଇ ନାନା ବାଦବିବାଦ ସୃଷ୍ଟି ହୋଇଥିଲା । ସେମାନଙ୍କ ମଧ୍ୟରେ ଥିବା ସମ୍ପର୍କକୁ ନେଇ ରାଜନୈତିକ ଚର୍ଚ୍ଚା ବି ଜୋର୍ ଧରିଥିଲା ।

 

ସୋମାଲିକାଙ୍କ ଅଭିଯୋଗକୁ ନେଇ ବିଜୟ ଶଙ୍କରଙ୍କ ପାଇଁ ଅଡ଼ୁଆ ପରିସ୍ଥିତି ସୃଷ୍ଟି ହୋଇଥିଲା । ଥାନାରୁ କୋର୍ଟ ଯାଏ ଏହି ମାମଲା ଯାଇଥିଲା । ଏହି ମାମଲାର ସମାଧାନ ଏ ପର୍ୟ୍ୟନ୍ତ ହୋଇପାରି ନାହିଁ । ଏପରିସ୍ଥଳେ ବିଜୟଶଙ୍କର ବିବାହ ଆବେଦନକୁ ନେଇ ନାନା କଥା ଶୁଣିବାକୁ ମିଳୁଛି । ତେବେ ସେ କାହା ସହ ବିବାହ ପାଇଁ ଆବେଦନ କରିଛନ୍ତି ତାହା ସ୍ପଷ୍ଟ ହୋଇନାହିଁ । ବାନ୍ଧବୀ ସୋମାଲିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ ମାମଲାରେ ତିର୍ତ୍ତୋଲ ବିଜେଡ଼ି ବିଧାୟକ ବିଜୟ ଶଙ୍କର ଦାସଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। ଥାନାରେ ଏତଲା ପରେ ବି କୌଣସି କାର୍ୟ୍ୟାନୁଷ୍ଠାନ ହେଉନଥିବାରୁ ଟ୍ୱିଟ୍‌ କରି ରାଜ୍ୟ ସରକାରଙ୍କ ବିରୋଧରେ ବର୍ଷିଥିଲେ ବିଧାୟକଙ୍କ ବାନ୍ଧବୀ ସୋମାଲିକା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ