Masthead

ବଲିଉଡରେ ଇଡି ଆତଙ୍କ, ରଣବୀର କପୁରଙ୍କ ପରେ ଆଉ ୪ଜଣଙ୍କୁ ନୋଟିସ୍

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ମହଙ୍ଗା ପଡିଲା ଠକ ସଂସ୍ଥା ପାଇଁ ପ୍ରଚାର ପ୍ରସାର । ବଲିଉଡରେ ଇଡି ଆତଙ୍କ ।ବେଟିଂ ଆପ୍ ସ୍କାମ ମାମଲାରେ ଇଡିର ସମନ । ବଲିଉଡ ଅଭିନେତା ରଣବୀର କପୁରଙ୍କ ପରେ ଅଭିନେତ୍ରୀ ଶ୍ରଦ୍ଧା କପୁର, କମିଡି କିଙ୍ଗ୍ କପିଲ ଶର୍ମା, ଅଭିନେତ୍ରୀ ହୁମା କୁରେଶି ଏବଂ ହିନା ଖାନଙ୍କୁ ପ୍ରବର୍ତନ ନିର୍ଦ୍ଦେଶାଳୟ ନୋଟିସ୍ ଜାରି କରିଛି । ମହାଦେବ ଅନଲାଇନ ବେଟିଂ ଆପ୍ ମାମଲାରେ ଏହି ବଲିଉଡ ସେଲିବ୍ରେଟିଙ୍କୁ ଡାକରା ପରେ ବଲିଉଡରେ ଆତଙ୍କ ଖେଳିଯାଇଛି ।ଏମାନଙ୍କର ଭୂମିକା କ’ଣ, କିଭଳି ଠକେଇରେ ଏମାନଙ୍କର ସମ୍ପୃକ୍ତି ରହିଛି ତାକୁ ନେଇ ଚର୍ଚ୍ଚା ଜୋର ଧରିଛି । ଗତ ମାସ ଫେବୃଆରୀ ମାସରେ ଦୁବାଇର ଏକ ବିବାହ ଉତ୍ସବରେ ଏହି ଫିଲ୍ମ ଷ୍ଟାରମାନଙ୍କୁ ନାଚଗୀତ ପାଇଁ ନିମନ୍ତ୍ରଣ କରାଯାଇଥିଲା । ଏଥିପାଇଁ ସେମାନଙ୍କୁ ବିପୁଳ ପରିମାଣର ଅର୍ଥ ପ୍ରଦାନ କରାଯାଇଥିଲା । ଏହି ବିବାହ ଉତ୍ସବରେ ୨୫୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯାଇଥିଲା । ଏହାକୁ ନେଇ ଇଡି ଖୋଳତାଡ କରିବା ପରେ ଠକେଇ ସମ୍ପର୍କରେ ସୁରାକ ପାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା