Masthead

ଶ୍ରୀକ୍ଷେତ୍ରର ଅଧିଷ୍ଠାତ୍ରୀ ମା’ ବିମଳାଙ୍କ ପୀଠରେ ଆଜିଠୁ ଷୋଡଶ ଦିନାତ୍ମକ ପୂଜା

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀକ୍ଷେତ୍ରର ଅଧିଷ୍ଠାତ୍ରୀ ମା ବିମଳାଙ୍କ ପୀଠରେ ଆଜିଠାରୁ ଆରମ୍ଭ ହେବ ଷୋଡଶ ଦିନାତ୍ମକ ପୂଜା। ଏହି ଅବସରରେ ଗଜପତିଙ୍କ ଶ୍ରୀନଅରରେ ଶ୍ରୋତ୍ରୀୟ ବ୍ରାହ୍ମଣଙ୍କୁ ଆଚାର୍ୟ୍ୟ ପଦରେ ବରଣ କରାଯିବ। ଏହି ଉତ୍ସବ ଉପଲକ୍ଷେ ରାଜଗୁରୁ, ଦେଉଳ ପୁରୋହିତ ଓ ଅନ୍ୟାନ୍ୟ ପଣ୍ତିତ ମାନଙ୍କୁ ଗଜପତି ମହାରାଜାଙ୍କ ଶ୍ରୀହସ୍ତ ଛୁଆଁ ଗୁଆ ନଡିଆ ଓ ବସ୍ତ୍ର ପ୍ରଦାନ କରି ପୂଜା ପାଇଁ ବରଣ କରିବେ। ଗଜପତିଙ୍କ ପ୍ରତିନିଧି ଭାବେ ରାଜଗୁରୁ ଏହି ଗୁଆ ନଡ଼ିଆ ବ୍ରାହ୍ମଣ ମାନଙ୍କୁ ଦେଇ ବରଣ କରିଵେ। ଶ୍ରୀମନ୍ଦିରରେ ଥିବା ମା ବିମଳାଙ୍କ ପୀଠ ନିମନ୍ତେ ପୂଜକ ଓ ବ୍ରାହ୍ମଣଙ୍କୁ ପରମ୍ପରା ଅନୁଯାୟୀ ପ୍ରଥମେ ବରଣ କରାଯିବା ସହ ଜଣେ ପରୀଚ୍ଛା,ଚଣ୍ଡୀପାଠକ ,ମନ୍ତ୍ରଯାପକ,ସହସ୍ରନାମ ପାଠକଙ୍କୁ ବରଣ କରାଯିବ। ଏଥିସହ ଶ୍ରୀମନ୍ଦିର ଭିତର ବେଢା ପରିସରରେ ମା ଭୁବନେଶ୍ୱରୀ,ମା ବାଟମଙ୍ଗଳା,ଓ ମା ଉତ୍ତରାୟଣୀ ପୀଠ ଲାଗି ପୂଜକ ଏବଂ ଚଣ୍ଡୀପାଠକ ବରଣ ହେଵେ। ଶ୍ରୀକ୍ଷେତ୍ର ମଧ୍ୟରେ ଥିବା ବିଭିନ୍ନ ଶକ୍ତୀପୀଠ ଯଥା ଦକ୍ଷିଣକାଳୀ, ଶ୍ୟାମାକାଳୀ, ରାମଚଣ୍ଡୀ,, ହରଚଣ୍ଡୀ,, ଆଲମଚଣ୍ଡୀ ଓ କପିଳେଶ୍ୱରପୁର ଶାସନର ପଞ୍ଚମୁଖୀ ଠାକୁରାଣୀଙ୍କ ପୀଠରେ ଷୋଳପୂଜା ପାଇଁ ପୂଜକ,ଚଣ୍ଡୀପାଠକ ମାନଙ୍କୁ ମଧ୍ୟ ଆଜି ବରଣ କରାଯିବାର ପରମ୍ପରା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼