Masthead

ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର, ଟ୍ରଲିରେ ବୁହା ହେଲା ଶବ

ସୋର(ବଡ଼ ଖବର ବ୍ୟୁରୋ): ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର । ମିଳିଲାନି ମହାପ୍ରରାୟାଣ ଗାଡ଼ି ଟ୍ରଲିରେ ବୁହା ହେଲା ଶବ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ସୋର ବ୍ଲକ ଦହିସଡା ପଂଚାୟତ ଛପୁଲିଆ ଗାଁରେ । ଗାଁର ଗୁରୁବା ସିଂଙ୍କ ସ୍ତ୍ରୀ ମମତା ସିଂଙ୍କର ଦେହ ଅସୁସ୍ଥ ଥିବାରୁ ପରିବାର ଲୋକେ ସୋର ଡାକ୍ତରଖାନାକୁ ଆଣିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ପରେ ପରିବାର ଲୋକେ ସରକାରୀ ଆମ୍ବୁଲାନ୍ସକୁ ଯୋଗାଯୋଗ କରିବାରୁ ସେମାନେ ଶବ ନେବେ ନାହିଁ ବୋଲି ମନା କରିଥିଲେ। ପରେ ଘରୋଇ ଆମ୍ବୁଲାନ୍ସ ସହ ଯୋଗାଯୋଗ କରିବାରୁ ୧୫୦୦ ଟଙ୍କା ଭଡା ଲାଗିବ ବୋଲି କହିଥିଲେ। ମମତାଙ୍କ ପରିବାର ଲୋକେ ନିହାତି ଗରିବ ଶ୍ରେଣୀର ହୋଇଥିବାରୁ ଟଙ୍କା ଯୋଗାଡ କରିନପାରି ଟ୍ରଲିରେ ପାଞ୍ଚ କିଲୋମିଟର ପର୍ୟ୍ୟନ୍ତ ମମତାଙ୍କ ଶବକୁ ବୋହିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ