ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର, ଟ୍ରଲିରେ ବୁହା ହେଲା ଶବ

ସୋର(ବଡ଼ ଖବର ବ୍ୟୁରୋ): ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର । ମିଳିଲାନି ମହାପ୍ରରାୟାଣ ଗାଡ଼ି ଟ୍ରଲିରେ ବୁହା ହେଲା ଶବ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ସୋର ବ୍ଲକ ଦହିସଡା ପଂଚାୟତ ଛପୁଲିଆ ଗାଁରେ । ଗାଁର ଗୁରୁବା ସିଂଙ୍କ ସ୍ତ୍ରୀ ମମତା ସିଂଙ୍କର ଦେହ ଅସୁସ୍ଥ ଥିବାରୁ ପରିବାର ଲୋକେ ସୋର ଡାକ୍ତରଖାନାକୁ ଆଣିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ପରେ ପରିବାର ଲୋକେ ସରକାରୀ ଆମ୍ବୁଲାନ୍ସକୁ ଯୋଗାଯୋଗ କରିବାରୁ ସେମାନେ ଶବ ନେବେ ନାହିଁ ବୋଲି ମନା କରିଥିଲେ। ପରେ ଘରୋଇ ଆମ୍ବୁଲାନ୍ସ ସହ ଯୋଗାଯୋଗ କରିବାରୁ ୧୫୦୦ ଟଙ୍କା ଭଡା ଲାଗିବ ବୋଲି କହିଥିଲେ। ମମତାଙ୍କ ପରିବାର ଲୋକେ ନିହାତି ଗରିବ ଶ୍ରେଣୀର ହୋଇଥିବାରୁ ଟଙ୍କା ଯୋଗାଡ କରିନପାରି ଟ୍ରଲିରେ ପାଞ୍ଚ କିଲୋମିଟର ପର୍ୟ୍ୟନ୍ତ ମମତାଙ୍କ ଶବକୁ ବୋହିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ