ଦାଦାକୁ ଅତି ନିର୍ମମ ଭାବେ ହତ୍ୟାକଲା ପୁତୁରା

ପୁରୀ(ବଡ଼ ଖବର ବ୍ୟୁରୋ): ଦାଦାକୁ ଅତି ନିର୍ମମ ଭାବେ ହତ୍ୟା କଲା ପୁତୁରା। ଜମିବାଡ଼ି ବିବାଦକୁ କେନ୍ଦ୍ରକରି ଘଟିଛି ଏହି ହତ୍ୟାକାଣ୍ଡ। ପୁରୀ ସଦର ଥାନା ଅନ୍ତର୍ଗତ କଣ୍ଠପୁର ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଗତକାଲି ବିଳମ୍ବିତ ରାତିରେ ବୀର ତାଙ୍କ ଦୋକାନ ଘର ବାରଣ୍ଡାରେ ଶୋଇଥିବା ବେଳେ ତାଙ୍କ ପୁତୁରା ପପୁ ବରାଳ ଧାରୁଆ ଅସ୍ତ୍ରରେ ଅତି ନିର୍ମମ ଭାବେ ତାଙ୍କୁ ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ତେବେ ପୂର୍ବରୁ ଭାଇ ଭାଇ ମଧ୍ୟରେ ଜମିବାଡ଼ି ବିବାଦକୁ କେନ୍ଦ୍ରକରି ବିଭିନ୍ନ ସମୟରେ ଝଗଡ଼ା ମଧ୍ୟ ହୋଇଥିଲା।

ଏନେଇ ମାମଲା ଥାନାରେ ପହଞ୍ଚିବା ପରେ ଉଭୟ ପକ୍ଷଙ୍କୁ ପୋଲିସ ଥାନାକୁ ଡ଼ାକି ସମାଧାନ କରିଥିଲା। ତେବେ ସମାଧାନ ପରେ ମଧ୍ୟ ବୀରଙ୍କ ପରିବାରକୁ ଜୀବନରେ ମାରିଦେବା ପାଇଁ ବିଭିନ୍ନ ସମୟରେ ଅଭିଯୁକ୍ତ ପପୁ ବରାଳ ଧମକ ଦେଉଥିଲା ବୋଲି ଅଭିଯୋଗ ହୋଇଛି। ସେପଟେ ଖବର ପାଇ ଘଟଣାସ୍ଥଳରେ ସଦର ଥାନା ପୋଲିସ ପହଞ୍ଚି ଛାନଭିନ୍ ଆରମ୍ଭ କରିଥିବା ବେଳେ ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ସଦର ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ଜମିବାଡ଼ି ବିବାଦକୁ କେନ୍ଦ୍ରକରି ଏଭଳି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି ବୋଲି ପୋଲିସ କହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’