ଚେତାବନୀ ପରେ ବି ଶୁଣିଲେନି ସରକାର, ଆସନ୍ତାକାଲିଠୁ ରାଜ୍ୟରେ ଘରୋଇ ବସ୍ ସେବା ବନ୍ଦ

ଭୁବେନେଶ୍ୱର (ବଡ଼ ଖବର ବ୍ୟୁରୋ): ଚେତାବନୀ ପରେ ବି ଶୁଣିଲେନି ସରକାର । ସାରା ରାଜ୍ୟରେ ଆସନ୍ତାକାଲିଠୁ ଘରୋଇ ବସ୍ ସେବା ସମ୍ପୂର୍ଣ୍ଣ ବନ୍ଦ । ଅନିର୍ଦ୍ଦିଷ୍ଟ କାଳ ଧର୍ମଘଟ କରିବାକୁ ଘରୋଇ ବସ୍ ମାଲିକ ସଂଘର ନିଷ୍ପତ୍ତି । ରାଜ୍ୟ ସରକାରଙ୍କ ‘ଲକ୍ଷ୍ମୀ’ ଯୋଜନାକୁ ବିରୋଧ କରି ଆସନ୍ତାକାଲିଠୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ରାଜ୍ୟରେ ଗଡିବନି ଘରୋଇ ବସ୍ । ଗତକାଲି ଅନୁଷ୍ଠିତ ସାଧାରଣ ପରିଷଦ ବୈଠକ ପରେ ଏଭଳି ଘୋଷଣା କରିଛି ଓଡ଼ିଶା ଘରୋଇ ବସ୍ ମାଲିକ ସଂଘ । ସରକାର ଆଲୋଚନାକୁ ଡାକିଲେ ନାହିଁ କି ଉଠାଯାଇଥିବା ଦାବି ମାନିଲେ ନାହିଁ ବୋଲି ସଂଘ ଅଭିଯୋଗ କରିଛି ।

ତେଣୁ ଦାବି ପୂରଣ ନ ହେବା ଯାଏଁ ଘରୋଇ ବସ ଚଳାଚଳ ବନ୍ଦ ରଖିବାକୁ ଘୋଷଣା କରିଛି ଘରୋଇ ବସ ମାଲି ସଂଘ । ଏପରିକି ସ୍କୁଲ, କଲେଜ, ଟୁର ଟ୍ରାଭେଲ ବସ୍ ସହ ଘରୋଇ ବସ ସେବା ବନ୍ଦ ରହିବ ବୋଲି କହିଛି ସଂଘ । ‘ଲକ୍ଷ୍ମୀ’ ଯୋଜନାରେ ଚାଲିବାକୁ ଥିବା ରୁଟରେ ଘରୋଇ ବସ ଗୁଡିକୁ ସବସିଡି ଦେବାକୁ ସଂଘ ଦାବି କରିଛି । ସରକାର ରାଜି ହେଲେ, ଘରୋଇ ବସ୍ ଗୁଡିକୁ ଲକ୍ଷ୍ମୀ ଯୋଜନା ଅନୁଯାୟୀ ସଜାଇ ଦିଆଯିବ ବୋଲି କହିଛି ସଂଘ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ