Masthead

ଖରସ୍ରୋତାରେ କୁମ୍ଭୀର ଆତଙ୍କ

ରସୁଲପୁର, (ବଡ଼ ଖବର ବ୍ୟୁରୋ): ଖରସ୍ରୋତା ନଦୀରେ କୁମ୍ଭୀର ଆତଙ୍କ । ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ ଜୋକଡିଆ ବ୍ୟାରେଜ ନିକଟରେ ଗତକାଲି ଅପରାହ୍ନରେ ଏକ କୁମ୍ଭୀର ଦେଖାଯିବା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ଗତକାଲି ଖରସ୍ରୋତା ନଦୀ ପଠାରେ ଖେଳୁଥିବା ସମୟରେ କିଛି ପିଲା ପ୍ରଥମେ ଏହି କୁମ୍ଭୀରଟିକୁ ଦେଖିଥିଲେ । ପରେ ସ୍ଥାନୀୟ ଅଞ୍ଚଳରେ ଏହି ଖବର ପ୍ରଚାର ହୋଇଯାଇଥିଲା। କୁମ୍ଭୀରକୁ ଦେଖିବାକୁ ସ୍ଥାନୀୟ ଲୋକେ ଭିଡ ଜମାଇଥିଲେ। ପାଖାପାଖି ୫ ଫୁଟ ଲମ୍ବର ଏହି କୁମ୍ଭୀରଟି ଗତକାଲି ବିଭିନ୍ନ ସମୟରେ ନଦୀ କୂଳକୁ ଆସି ପୁଣି ନଦୀର ଗଭୀର ଜଳକୁ ଚାଲି ଯାଉଥିବା ଲୋକେ ଦେଖିଥିଲେ । ଖବର ପାଇ ବନବିଭାଗ କର୍ମଚାରୀ ସେଠାରେ ପହଞ୍ଚିବା ବେଳକୁ କୁମ୍ଭୀରଟି ନଦୀ ଭିତରକୁ ଚାଲିଯାଇଥିଲା। ତେବେ ଗତ କାଲିଠାରୁ ବନବିଭାଗ କର୍ମଚାର ମାନେ ନଦୀ କୂଳରେ ପ୍ରହରା ଦେବାସହ ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ନଦୀକୁ ନଯିବା ପାଇଁ ଲୋକଙ୍କୁ ପରାମର୍ଶ ଦେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ