ରାସ୍ତା ପାଇଁ ରାସ୍ତାରୋକ,୧୨ ଘଣ୍ଟିଆ ରାସ୍ତା ଅବରୋଧ

ସୋନପୁର (ବଡ଼ ଖବର ବ୍ୟୁରୋ): ରାସ୍ତା ପାଇଁ ରାସ୍ତାରୋକ । ଜାତୀୟ ରାଜପଥ ପ୍ରସସ୍ତିକରଣ ଅବହେଳା ପ୍ରତିବାଦରେ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସଚେତନ ନାଗରିକ କମିଟି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତା ଅବରୋଧ କରାଯାଇଛି । ବରଗଡ଼ ବୋରିଗୁମା ରାସ୍ତାର ଡୁଙ୍ଗୁରିପାଲି ଠାରେ ୨୬ ନମ୍ବର ଜାତୀୟ ରାଜପଥର ଅବରୋଧ କରାଯାଇଛି । ଯାତାୟାତ ବାଧାପ୍ରାପ୍ତ ହୋଇଛି । ଜରୁରୀ ସେବା ଓ ସ୍କୁଲ ଛାତ୍ରଛାତ୍ରୀମାନଙ୍କୁ ବାଦ୍ ଦେଇ ଅନ୍ୟ ଜାନ ବାହନ ସବୁ କିଛି ବନ୍ଦ କରାଯାଇ ଥିବା କମିଟି ପକ୍ଷରୁ ସୂଚନା ଦିଆଯାଇଛି ।

ଡୁଙ୍ଗୁରିପାଲି ଅଞ୍ଚଳର ଚିନାଜୁରୀ ଠାରୁ ଚେରୁପାଳି ପର୍ୟ୍ୟନ୍ତ ରାସ୍ତା ବିପର୍ଯ୍ୟୟ ହୋଇପଡିଛି ଫଳରେ ଲୋକମାନଙ୍କ ଯିବା ଆସିବା ରେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି । ରାସ୍ତାର ପ୍ରଶସ୍ତୀକରଣ କାର୍ଯ୍ୟ ପାଇଁ ସ୍ଥାନୀୟ ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ସହିତ ବିଭାଗୀୟ କର୍ତ୍ତୁପକ୍ଷଙ୍କୁ ସଚେତନ ନାଗରିକ କମିଟି ପକ୍ଷରୁ ଲିଖିତ ଦିଆଯାଇ ଥିଲେ ସୁଦ୍ଧା ରାସ୍ତା ପ୍ରଶସ୍ତିକରଣ କରାଯାଉ ନ ଥିବାରୁ ବାଧ୍ୟ ହୋଇ ଆଜି ଏହି ଆନ୍ଦୋଳନ କରାଯାଇଛି । ଆଗାମୀ ଦିନରେ ଆନ୍ଦୋଳନ ତୀବ୍ରତର ହେବ ବୋଲି କମିଟି ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!