ବିହାରରେ ଟ୍ରେନ୍ ଦୁର୍ଘଟଣା; ୨୧ ବଗି ଲାଇନଚ୍ୟୁତ, ୪ ମୃତ, ୧୦୦ରୁ ଊର୍ଦ୍ଧ୍ୱ ଆହତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବିହାର ବକ୍ସର ଜିଲ୍ଲାରେ ଟ୍ରେନ୍ ଦୁର୍ଘଟଣା । ଟ୍ରେନ୍ ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୦୦ରୁ ଅଧିକ ଲୋକେ ଆହତ ହୋଇଛନ୍ତି । । ବକ୍ସର ଜିଲ୍ଲାର ରଘୁନାଥପୁର ଷ୍ଟେସନ୍‌ ନିକଟରେ ନର୍ଥ ଇଷ୍ଟ ସୁପରଫାଷ୍ଟ ଏକ୍ସପ୍ରେସ୍‌ର ୨୧ଟି ବଗି ଲାଇନଚ୍ୟୁତ । ରାତି ପ୍ରାୟ ୯ଟା ୩୫ ମିନିଟ୍‌ରେ ଘଟିଛି ଏହି ଦୁର୍ଘଟଣା । ଟ୍ରେନ୍‌ଟି ଦିଲ୍ଲୀରୁ କାମାକ୍ଷା ଅଭିମୁଖେ ଯାଉଥିଲା ।

ବର୍ତ୍ତମାନ ସୁଦ୍ଧା ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଓ ଶତାଧିକ ଲୋକ ଆହତ ହୋଇଛନ୍ତି । ୨୦ ଜଣ ଗୁରୁତର ଆହତ ହୋଇଥିବା ବେଳେ ସେମାନଙ୍କୁ ପାଟନା ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ଅନ୍ୟ ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଚିକିତ୍ସା କରାଯାଉଛି । ରେଳବାଇ ଅଧିକାରୀ, ଏନଡିଆର ଏଫ, ଏସଡିଆର ଏଫ, ପୁଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ସ୍ଥାନୀୟ ଅଧ‌ିବାସୀଙ୍କ ସହାୟତାରେ ଉଦ୍ଧାରକାର୍ୟ୍ୟ ଜାରି ରଖିଛନ୍ତି । ରାତିରେ ଅନ୍ଧାର ଯୋଗୁଁ ଉଦ୍ଧାରକାର୍ୟ୍ୟରେ ସମସ୍ୟା ସୃଷ୍ଟି ହୋଇଥିଲା । ଟର୍ଚ୍ଚ ଲାଇଟ୍ ମାଧ୍ୟମରେ ବଗିରେ ଫସିଥିବା ଲୋକଙ୍କୁ ଦେଖ୍ ବାହାର କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ