Masthead

ମହିଳାଙ୍କୁ ପିଟିପିଟି ହତ୍ୟା ଅଭିଯୋଗ, ଡ୍ରାଇଭର ଅଟକ

ଗଞ୍ଜାମ(ବଡ଼ ଖବର  ବ୍ୟୁରୋ): ଗୋଷାଣୀ ନୂଆଗାଁ ଥାନା ଅର୍ନ୍ତଗତ ନୀଳକଣ୍ଠ ନଗରରେ ମହିଳାଙ୍କୁ ପିଟିପିଟି ହତ୍ୟା ଅଭିଯୋଗ । ମୃତ ମହିଳା ଜଣକ ହେଲେ ସୌଦାମିନୀ ରଥ । ସୌଦାମିନୀ ଶିଶୁ ସୁରକ୍ଷା କମିଟିର ଜଣେ ସଦସ୍ୟା । ଗତକାଲି ବିଳମ୍ବିତ ରାତିରେ କେହି ଦୁବୃର୍ତ୍ତ ଘରେ ପଶି ତାଙ୍କୁ ହତ୍ୟା କରିଛନ୍ତି ।

ଘରେ ଏକୁଟିଆ ଥିବା ସୌଦାମିନୀ କାହା ସହ ମୋବାଇଲରେ କଥା ହେଉଥିବା ସମୟରେ କେହି ଦୁବୃର୍ତ୍ତ ତାଙ୍କୁ ଆକ୍ରମଣ କରି ହତ୍ୟା କରିଥିବା ସୂଚନା । ଏନେଇ ଗୋଷାଣୀ ନୂଆଗାଁ ଥାନା ପୋଲିସର ତଦନ୍ତ ଆରମ୍ଭ କରିଛି । ସାଇଣ୍ଟିଫିକ ଟିମ ମଧ୍ୟ ପହଞ୍ଚି ତଦନ୍ତ କରୁଛି। ପୋଲିସ ବିଭିନ୍ନ ଦିଗକୁ ନେଇ ତଦନ୍ତ କରୁଛି । ମୃତକ ସୌଦାମିନୀ ଏକ ଏନ ଜି ଓ ରେ କାର‌୍ୟ୍ୟ କରୁଥିଲେ ।

ରାତି ୧୦.୪୦ରେ ସୌଦାମିନୀ ଫୋନରେ କଥା ହେଉଥିବା ବେଳେ ପଛପଟୁ କିଏ ଆକ୍ରମଣ କରିଥିବା ନେଇ ସହକର୍ମୀ କହିଛନ୍ତି । ହତ୍ୟାକାଣ୍ଡରେ ନିଜ ଡ୍ରାଇଭରର ସମ୍ପୃକ୍ତି। ଡ୍ରାଇଭର ସୀମାଞ୍ଚଳ ସାହୁ ଅଟକ ରଖାଯାଇଛି । ୩ମାସ ହେଲା ଡ୍ରାଇଭର ଭାବେ କାର‌୍ୟ୍ୟରତ ଥିଲା ସୀମାଞ୍ଚଳ। ଅଟକ ଡ୍ରାଇଭର ନିକଟରୁ ରକ୍ତଭିଜା ବସ୍ତ୍ର ଜବତ। ଏଥିରେ ଆଉ କାହାର ସମ୍ପୃକ୍ତି ଅଛି ସେନେଇ ଜାରି ରହିଛି ତଦନ୍ତ । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ