Masthead

୧୨୮ ବର୍ଷ ପରେ ଅଲମ୍ପିକ୍ସରେ ସାମିଲ ହେବାକୁ ଯାଉଛି କ୍ରିକେଟ, ଏହା ସହ ଆଉ ୪ଟି ଗେମକୁ ସାମିଲ କରିବାକୁ ନିଷ୍ପତ୍ତି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):୧୨୮ ବର୍ଷର ଇତିହାସ ଏବେ ବଦଳିବାକୁ ଯାଉଛି। କ୍ରିକେଟ ପ୍ରଶଂସକଙ୍କ ପାଇଁ ଖୁସି ଖବର । ଅଲମ୍ପିକ୍ସୋର ପୁଣି ସାମିଲ ହେବାକୁ ଯାଉଛି କ୍ରିକେଟ । ୧୨୮ ବର୍ଷ ପରେ ପୁଣିଥରେ ଦର୍ଶକ କ୍ରିକେଟ ମ୍ୟାଚର ମଜା ନେଇପାରିବେ । ଅନ୍ତର୍ଜାତୀୟ ଅଲମ୍ପିକ୍ସ କମିଟି ଶୁକ୍ରବାର ଦିନ ଅଲମ୍ପିକ୍ସରେ ନୂଆ ୫ଟି ଖେଳକୁ ସାମିଲ କରିବା ନେଇ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଦୀର୍ଘ ବ୍ୟବଧାନ ପରେ ଅଲିମ୍ପିକ୍ସ ଗେମ୍ସରେ କ୍ରିକେଟ୍‌କୁ ପୁଣିଥରେ ଅନ୍ତର୍ଭୁକ୍ତ କରାଯାଇଛି। ଅନ୍ତର୍ଜାତୀୟ ଅଲିମ୍ପିକ୍ କମିଟି (ଆଇଓସି) ଏହି ବଡ଼ ନିଷ୍ପତ୍ତି ନେଇଛି। ଅନ୍ତର୍ଜାତୀୟ ଅଲମ୍ପିକ୍ସ କମିଟି ମୁଖ୍ୟ ଥୋମାସ୍ ବାକ୍ କହିଛନ୍ତି କି, କାର୍ୟ୍ୟକାରୀ ବୋର୍ଡର ଅଧିକାରୀମାନେ କ୍ରିକେଟ ସମେତ ମୋଟ ୫ଟି ନୂଆ ଖେଳକୁ ଅଲମ୍ପିକ୍ସରେ ସାମିଲ କରିବା ନେଇ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏହି ୫ଟି ଖେଳ ମଧ୍ୟରେ କ୍ରିକେଟ ବ୍ୟତୀତ ବେସବଲ, ସଫ୍ଟବଲ, ଫ୍ଲାଗ ଫୁଟବଲ, ସ୍କେ୍ୱସ ଖେଳକୁ ସାମିଲ କରାଯାଇଛି । ଏହି ଯେଉଁ ୫ଟି ଖେଳକୁ ଅଲମ୍ପିକ୍ସରେ ସାମିଲ କରାଯାଇଛି ତାହା ୨୦୨୮ରେ ଲସ୍ ଏଞ୍ଜେଲ୍ସ ଠାରେ ଅନୁଷ୍ଠିତ ହେବାକୁ ଥିବା ଅଲମ୍ପିକ୍ସରେ ସ୍ଥାନ ସୁରକ୍ଷିତ କରିବାକୁ ପ୍ରଥମେ ସୋମବାର ଦିନ ଓଇସି ସଦସ୍ୟତା ତରଫରୁ ହେବାକୁ ଥିବା ଭୋଟିଂରେ ବିଜୟଲାଭ କରିବା ଆବଶ୍ୟକ । ସୂଚନା ଥାଉ କି ଏହା ପୂର୍ବରୁ ୧୯୦୦ ମସିହା ପ୍ୟାରିସ୍ ଅଲମ୍ପିକ୍ସରେ କ୍ରିକେଟକୁ ସାମିଲ କରାଯାଇଥିଲା । ଏବେ ଅଲମ୍ପିକ୍ସରେ ମହିଳା ଓ ପୁରୁଷ ବର୍ଗର କ୍ରିକେଟକୁ ସାମିଲ କରାଯିବ । ସେହିଭଳି ବମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ ରେ ପୁରୁଷ ଓ ମହିଳା କ୍ରିକେଟକୁ ଅନ୍ତର୍ଭୁକ୍ତ କରାଯାଇଥିଲା । ଏହା ପୂର୍ବରୁ ୧୯୯୮ ମସିହାରେ କ୍ୱାଲାଲମ୍ପୁରରେ ଅନୁଷ୍ଠିତ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡାରେ ପ୍ରଥମ ଥର ପାଇଁ କ୍ରିକେଟକୁ ସାମିଲ କରାଯାଇଥିଲା । ୧୯୦୦ ମସିହାରେ ପ୍ୟାରିସ ଅଲମ୍ପିକ୍ସରେ ହୋଇଥିବା କ୍ରିକେଟ ପ୍ରତିଦ୍ୱନ୍ଦିିତାରେ ଇଂଲଣ୍ଡ ଫ୍ରାନ୍ସକୁ ପରାସ୍ତ କରି ସ୍ୱର୍ଣ୍ଣପଦକ ଜିତିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ