Masthead

ପାଲେଷ୍ଟାଇନ ନାଗରିକଙ୍କୁ ୨୪ ଘଂଟା ସମୟ ଦେଲା ଇସ୍ରାଏଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭୟଙ୍କର ହେଉଛି ଯୁଦ୍ଧ ପରିସ୍ଥିତି । ଥମିବାର ନାଁ ନେଉନାହିଁ । ଘନ ଘନ ମିସାଇଲ ମାଡ଼ କରୁଛି ଇସ୍ରାଏଲ ସେନା । ପ୍ରତିଶୋଧ ନେଉଛି ଇସ୍ରାଏଲ । ଯୁଦ୍ଧରେ ମୋଟ ୪ ହଜାରରୁ ଅଧିକ ଲୋକଙ୍କ ଜୀବନ ଗଲାଣି । ଇସ୍ରାଏଲରେ ୧୨୦୦, ପାଲେଷ୍ଟାଇନରେ ୧୪୦୦ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ଇସ୍ରାଏଲରେ ପଶିଥିବା ୧୫୦୦ ହମାସ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ମଳିଛି । ସେପଟେ ସହର ଭଙ୍ଗା କୋଠା ଘରର ଗନ୍ତାଘର ପାଲଟିଯାଇଛି । ଇସ୍ରାଇଲ ସେନା ଏପର୍ଯ୍ୟନ୍ତ ୬ ହଜାରୁ ଅଧିକ ରକେଟ ମାଡ କରିସାରିଲାଣି ।

ଏହାରି ଭିତରେ ବିଶେଷକରି ଆତଙ୍କବାଦୀ ଲୁଚିଥିବା ଉତ୍ତର ଗାଜାର ଥିବା ପ୍ରାୟ ୧୧ ଲକ୍ଷ ଲୋକଙ୍କୁ ଘର ଛାଡିବାକୁ ନିର୍ଦ୍ଦେଶ ଦେଇଛି ଇସ୍ରାଏଲ । ୨୪ ଘଂଟା ମଧ୍ୟରେ ଘର ଛାଡିବାକୁ ଇସ୍ରାଏଲ ନିର୍ଦ୍ଦେଶ ଦେଇଥିବା ନେଇ ଜାତିସଂଘ ପକ୍ଷରୁ ଶୁକ୍ରବାର କୁହାଯାଇଛି । କିନ୍ତୁ ଏତେ କମ ସମୟ ମଧ୍ୟରେ ଏତେ ଲୋକଙ୍କୁ ବିସ୍ତାପିତ କରିବା ସମ୍ଭବ ନୁହେଁ ବୋଲି ଜାତିସଂଘ ମୁଖପାତ୍ର କହିଛନ୍ତି ।

ସାଧାରଣ ନାଗରିକ ଗାଜାରୁ ବିସ୍ତାପିତ ହେବା ପରେ ଯୁଦ୍ଧ ଆହୁରି ଭୟଙ୍କର ହେବ ବୋଲି କୁହାଯାଉଛି । ପାଲେଷ୍ଟାଇନର ଗାଜା ସହରକୁ ମାନଚିତ୍ରରୁ ଲିଭାଇ ଦେବାକୁ ଯୋଜନା ପ୍ରସ୍ତୁତ କରିଛି ଇସ୍ରାଏଲ । ଏବେ ବନ୍ଧକ ଥିବା ଇସ୍ରାଏଲ ନାଗରିକ ଏବଂ ଯବାନଙ୍କୁ ଉଦ୍ଧାର କରୁଛି ଇସ୍ରାଏଲ ସେନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ