Masthead

ଆଜି ପବିତ୍ର ମହାଳୟା ଅମାବାସ୍ୟା, ପିତୃ ପୁରୁଷଙ୍କ ପାଇଁ ଦିନଟିଏ

ପୁରୀ(ବଡ଼ ଖବର ବ୍ୟୁରୋ): ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥିଠାରୁ ଅମାବାସ୍ୟା ପର‌୍ୟ୍ୟନ୍ତ ପନ୍ଦର ଦିନକୁ ପିତୃପକ୍ଷ ଭାବେ ପାଳନ କରାଯାଇଥାଏ। ଯେଉଁ ତିଥିରେ ଯାହାଙ୍କର ପିତା ମୃତ୍ୟୁ ବରଣ କରିଥାନ୍ତି ସେହି ତିଥିରେ ଶ୍ରାଦ୍ଧ କରିବାର ପରମ୍ପରା ରହିଛି। ଯେଉଁ ଗୃହସ୍ଥ ଏହି ପନ୍ଦର ଦିନ ମଧ୍ୟରେ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଦେଇନଥାନ୍ତି ମହାଳୟା ଅମାବାସ୍ୟା ଦିନ ତିଳତର୍ପଣ କରିଥାନ୍ତି।

ଏଣୁ କେହି ଶ୍ରୀମନ୍ଦିର ଉତ୍ତରଦ୍ୱାରରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତର୍ପଣ କରିଥାଏ ତ ଆଉ କିଏ ମହୋଦଧି ଓ ତୀର୍ଥ ପୁଷ୍କରିଣୀରେ ତର୍ପଣ କରିଥାନ୍ତି। ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ ପାଇଁ ଲୋକମାନେ ଶ୍ରୀକ୍ଷେତ୍ରକୁ ପସନ୍ଦ କରିଥାନ୍ତି । ହେଲେ ବର୍ତ୍ତମାନ ଶ୍ରୀମନ୍ଦିର ବାଇଶି ପାହାଚରେ ତିଳତର୍ପଣ ବନ୍ଦ ରହିଛି। । କରୋନା କଟକଣା ଯୋଗୁ ଗତ ଦୁଇ ବର୍ଷ ହେବ ଶ୍ରୀକ୍ଷେତ୍ରରେ ମହାଳୟା ଫିକା ପଡିଥିବା ବେଳେ ଚଳିତବର୍ଷ କିନ୍ତୁ ପ୍ରବଳ ଲୋକଙ୍କ ଭିଡ ଦେଖିବାକୁ ମିଳିଛି। ସେପଟେ ମହୋଦଧି , ନରେନ୍ଦ୍ର, ଶ୍ୱେତଗଙ୍ଗା, ମାର୍କଣ୍ଡେୟ ଆଦି ତୀର୍ଥ ପୁଷ୍କରିଣୀ ମାନଙ୍କରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ କରାଯାଉଛି। ଶ୍ରୀମନ୍ଦିର ଉତ୍ତରଦ୍ୱାର ସମ୍ମୁଖଭାଗରେ ବସି ପୁରୋହିତ ମାନେ ତିଳତର୍ପଣ କରୁଛନ୍ତି।

ତେବେ ଏହି ପିତୃପକ୍ଷରେ ପ୍ରତ୍ୟେକ ଗୃହସ୍ଥ ନିଜର ପିତୃପିତାମହଙ୍କ ଉଦ୍ଦେଶ୍ୟରେ ତର୍ପଣ କରିଥାନ୍ତି। ପିତୃପକ୍ଷରେ ବିଶେଷକରି ପିତା,ପିତାମହ,ପ୍ରପିତାମହ,ମାତା,ପିତାମୟି,ପ୍ରପିତାମୟି,ମାତାମହ,ପ୍ରମାତାମହ,ବୃଦ୍ଧ ପ୍ରମାତାମହ ଆଦିଙ୍କ ଉଦ୍ଦେଶ୍ୟରେ ତର୍ପଣ କରାଯିବାର ବିଧି ରହିଛି। ପିତୃପକ୍ଷରେ ପୁତ୍ରଙ୍କ ହସ୍ତରୁ ଜଳଟିକେ ପାଇ ତୃପ୍ତ ହେବାକୁ ପିତୃପୁରୁଷ ଚାହିଁ ରହିଥାନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ