ଗାଜାବାସୀଙ୍କୁ ଭାରତ ସାହାଯ୍ୟ କରିବା ଉଚିତ: ଅସଦୁଦ୍ଦିନ ଓୱାଇସି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଗାଜା ଉପରେ ଇସ୍ରାଏଲର ଆକ୍ରମଣ ପରେ ଗାଜାରେ ଏପର୍ଯ୍ୟନ୍ତ ୨୨୦୦ ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି। ଇସ୍ରାଏଲ୍ ହାମାସକୁ ଧମକ ଦେଇଛି ଏବଂ କହିଛି ଯେ ଯଦି ବନ୍ଧକମାନଙ୍କୁ ମୁକ୍ତ ନକରନ୍ତି, ତେବେ ଗାଜା ଅଞ୍ଚଳକୁ ବିଦ୍ୟୁତ୍, ଜଳ ଏବଂ ଖାଦ୍ୟ ସାମଗ୍ରୀ ଯୋଗାଇ ଦିଆଯିବ ନାହିଁ। ବର୍ତ୍ତମାନ ସାଂସଦ ତଥା ଏଆଇଏମ୍ଆଇଏମ୍ ମୁଖ୍ୟ ଅସଦୁଦ୍ଦିନ ଓୱାଇସି ଗାଜାବାସୀଙ୍କୁ ସହାୟତା ପ୍ରଦାନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନିବେଦନ କରିଛନ୍ତି।

ହାଇଦ୍ରାବାଦରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ଆସାଦୁଦ୍ଦିନ ଓୱାଇସି ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କୁ ଶୟତାନ ଏବଂ ଯୁଦ୍ଧ ଅପରାଧୀ ବୋଲି କହିଛନ୍ତି। ଓୱାଇସି ଆହୁରି କହିଛନ୍ତି ଯେ ମୁଁ ଗାଜା ଲୋକଙ୍କ ସହ ଏକତା ପ୍ରଦର୍ଶନ କରିବାକୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିବେଦନ କରୁଛି। ସେ କହିଛନ୍ତି ଯେ ଗାଜାବାସୀଙ୍କୁ ଭାରତ ସାହାଯ୍ୟ କରିବା ଉଚିତ । ଅସଦୁଦ୍ଦିନ ଓୱାଇସି ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଲେଖିଛନ୍ତି ଯେ ଆମେ ଜୀବିତ ଥିବା ପର୍ଯ୍ୟନ୍ତ ଦୁନିଆ ଜୀବିତ ଅଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ