Masthead

ଦୁର୍ଘଟଣାରେ ପୂର୍ବତନ ସରପଞ୍ଚଙ୍କ ମୃତ୍ୟୁ

ଆସ୍କା(ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ଆସିକା କୋଟିନଡା ଥାନା ଅନ୍ତର୍ଗତ ଡିପଲ ସ୍କୁଲ ଟିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଆସିକା ବ୍ଲକ ବରଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ଲଲାଟ ବେହେରାର ମୃତ୍ୟୁ ହୋଇଛି । ସେ କୌଣସି ନିର୍ମାଣ କାର୍ଯ୍ୟ ପାଇଁ ପାଇପ କିଣିବାକୁ ନିଜ ବାଇକ ଯୋଗେ କଲେଜ ଛକକୁ ଯାଉଥିଲେ ।

ତାଙ୍କ ପଛପଟୁ ଏକ ଧଳା ରଙ୍ଗର ବୋଲେରୋ ଗାଡି ଦ୍ରୁତ ଗତିରେ ଆସି ମାଡି ଯାଇଥିଲା । ଵୋଲେରୋ ଗାଡି ତାଙ୍କୁ କିଛି ଦୂର ଘୋଷାଡି ଘୋଷାଡି ନେଇଥିଲା । ଏହି ଦୁର୍ଘଟଣାରେ ତାଙ୍କ ମୁଣ୍ଡକୁ ଗଭୀର ଆଘାତ ହୋଇଥିଲା । ଗୁରୁତର ଅଵସ୍ଥାରେ ସେ ରାସ୍ତା କଡରେ ପଡିରହିଥିଲେ । ସ୍ଥାନୀୟ ଲୋକେ ତାଙ୍କୁ ଆସିକା ସବଡିଭିଜନ ମେଡିକାଲକୁ ଆଣିଥିଲେ । ଆସିକା ମେଡିକାଲ ଠାରେ କାର‌୍ୟ୍ୟରତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ସେପଟେ ଦୁର୍ଘଟଣା ଘଟାଇଥିବା ବୋଲେରୋ ଗାଡି ଘଟଣା ସ୍ଥଳରୁ ଚମ୍ପଟ ମାରିଥିବା ଜଣାପଡିଛି ।

ପୂର୍ବତନ ସରପଞ୍ଚଙ୍କ ମୃତ୍ୟୁ ଖବର ଜଣାପଡବା ପରେ ଆସିକା ମେଡିକାଲଠାରେ ଲୋକାରଣ୍ୟ ହୋଇଥିଲା । ସେ ୨୦୦୭ ମସିହାରେ ବରଗାଁ ପଞ୍ଚାୟତରେ ସରପଞ୍ଚ ରୁପେ ନିର୍ବାଚିତ ହୋଇଥିଲେ । ଖବର ପାଇ କୋଟିନଡା ଥାନା ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କାର‌୍ୟ୍ୟ ଆରମ୍ଭ କରିଥିବା ଜଣାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ