Masthead

ବୋଲେରୋ ଟ୍ରକ ଦୁର୍ଘଟଣା , ୨ମୃତ ୨ଆହାତ

ବଙ୍ଗୋମୁଣ୍ଡା(ବଡ଼ ଖବର ବ୍ୟୁରୋ): ଖଡ଼ିଆଳ ରାସ୍ତାର ଫୁଗୁଡା ଛକ ନିକଟ ବୁଲାଣି ନିକଟରେ ବୋଲେରୋ- ଟ୍ରକ ଦୁର୍ଘଟଣା ଘଟିଛି ।୨ଜଣଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ବଙ୍ଗୋମୁଣ୍ଡା ଅଗ୍ନିଶମ ବିଭାଗର କର୍ମଚାରୀ ଉଦ୍ଧାର କରି କଣ୍ଟାବାଞ୍ଜି ସ୍ୱାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ନେଇଥିବା ଜଣାପଡିଛି ।

ଘଟଣାସ୍ଥଳରୁ ଟ୍ରକ ଡ୍ରାଇଭର ଫେରାର ମାରିଛି । ବୋଲେରୋଟି ବଙ୍ଗୋମୁଣ୍ଡା ପଟରୁ ଖଡ଼ିଆଳ ପଟକୁ ଯାଉଥିଲା ।ଖଡ଼ିଆଳ ପଟରୁ ଟ୍ରକ ଆସୁଥିବା ବେଳେ ଏହି ମର୍ମନ୍ତୁଦ ଘଟଣା ଘଟିଛି ।ମୃତକଙ୍କ ବର୍ତ୍ତମାନ ପର‌୍ୟ୍ୟନ୍ତ ପରିଚୟ ମିଳି ପାରିନଥିବା ବେଳେ ବଙ୍ଗୋମୁଣ୍ଡା ପୋଲିସ ଘଟଣା ସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ