Masthead

ରତ୍ନଭଣ୍ଡାର ଖୋଲିବା ଦାବି ନେଇ ଗଜପତି ମହାରାଜାଙ୍କୁ ଭେଟିବ ବିଜେପି : ସମୀର ମହାନ୍ତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ପରିଚାଳନା କମିଟି ଅଗଷ୍ଟ ୪,୨୦୨୩ରେ ରିସଲ୍ୟୁସନ କରି ସରକାର ଓ ହାଇକୋର୍ଟଙ୍କୁ ଅବଗତ କରିଥିଲେ ଯେ ରତ୍ନ ଭଣ୍ଡାର ଖୋଲିବା ପାଇଁ କମିଟି ଗଠନ କରାଯିବ । ସେପ୍ଟେମ୍ବର ୨୯ରେ କମିଟି ଗଠନ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଲେ । କିନ୍ତୁ କାହିଁକି ଏ ଯାଏଁ କମିଟି ହୋଇନି ବୋଲି ପ୍ରଶ୍ନ ଉଠାଇଛି ବିଜେପି ।

ପୂର୍ବତନ ମୁଖ୍ୟ ବିଚାରପତି ଦୀପକ ମିଶ୍ର ଓ ଜି.ବି. ପଟ୍ଟନାୟକ ଅଧ୍ୟକ୍ଷତାରେ କମିଟି ଗଠନ କରାଯାଉ ବୋଲି ବିଜେପି ଦାବି କରିଛି । ୪୫ବର୍ଷ ଧରି ରତ୍ନଭଣ୍ଡାର ଖୋଲାଯାଇନି କି କୌଣସି ଇନଭେଣ୍ଟରୀ କରାଯାଇନାହିଁ । ତୁରନ୍ତ ରତ୍ନଭଣ୍ଡାର ଖୋଲାଯାଇ ଲୋକଙ୍କ ଦ୍ୱନ୍ଦ୍ଵ ଦୂରକରାଯାଉ । ଗଜପତି ମଧ୍ୟ ବିଭିନ୍ନ ସମୟରେ ରତ୍ନ ଭଣ୍ଡାର ଖୋଲିବାକୁ କହୁଛନ୍ତି । ଶ୍ରୀମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷ ଗଜପତି ମହାରାଜାଙ୍କୁ ବିଜେପି ଭେଟି ଏ ସମ୍ପର୍କରେ ଅବଗତ କରିବ ବୋଲି କହିଛନ୍ତି ସମୀର ମହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ