Masthead

ମୋବାଇଲ ହେଲା କାଳ, ସାଙ୍ଗ ନେଲା ସାଙ୍ଗର ଜୀବନ

ଚାନ୍ଦବାଲି(ବଡ଼ ଖବର ବ୍ୟୁରୋ): ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ମାଧପୁର ପଞ୍ଚାୟତ ଅଣକାସାହି ଗାଁରେ ଦୁଇ ଦିନ ତଳେ ନିଖୋଜ ଥିବା ଯୁବକର ମୃତଦେହ ସାଳନ୍ଦୀ ଶାଖା ନଟିଆ ଜୋରରୁ ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ ହେଉଛନ୍ତି ଚନ୍ଦବାଲି ଥାନା ଅନ୍ତର୍ଗତ ମାଧପୁର ପଞ୍ଚାୟତ ଅଣଖାସାହିର ରମେଶ ଦାସଙ୍କ ପୁଅ ସୁକାନ୍ତ ଦାସ , ଵୟସ ୨୨ ବର୍ଷ । ଗତ ଶୁକ୍ରବାର ଦିନ ସନ୍ଧ୍ୟା ସମୟରେ ସାଙ୍ଗ ମାନଙ୍କ ସହିତ ମୋବାଇଲରେ ଗେମ ଖେଳୁଥିଲେ, ରାତିପ୍ରାୟ ୮ଟା ସମୟ ଠାରୁ ସେ ନିଖୋଜ ହୋଇଯାଇଥିଲେ ।

ବହୁ ଖୋଜାଖୋଜି ପରେ ସୁକାନ୍ତଙ୍କ ପତା ନ ମିଳିବାରୁ ପରିବାର ଲୋକେ ଶନିବାର ଦିନ ଚନ୍ଦବାଲି ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ପାଇବା ପରେ ଚନ୍ଦବାଲି ଆଇ ଆଇ ସି ପଞ୍ଚାନନ ମହାନ୍ତି ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିବା ସହ ମୋବାଇଲ ଟ୍ରାକିଂ କରି ମୋବାଇଲ ସେହି ଗ୍ରାମ ପାଖାପାଖି ଚାଷଜମି ନିକଟରୁ ପାଇଥିଲେ । ଗ୍ରାମ ନିକଟ ସାଳନ୍ଦୀ ନଦୀର ଶାଖା ନଟିଆ ଜୋରରେ ଏକ ଶବ ଭାସୁଥିବାର ଗ୍ରାମବାସୀ ଦେଖିବାକୁ ପାଇଥିଲେ ।

ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଶବକୁ ପାଣିରୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଥିଲେ।ମୋବାଇଲ ଭଙ୍ଗାକୁ  କେନ୍ଦ୍ରକରି ଅଭିଯୁକ୍ତ ଜୟଦେବ ଦାସ ସାଙ୍ଗ ଶୁକାନ୍ତ ଦାସକୁ ଏକ କାଠ ଫାଳିଆରେ ବାଡେଇ ଜୀବନରୁ ମାରି ପାଖରେ ଥିବା ନଟିଆ ଜୋରରୁ ଫିଙ୍ଗି ଦେଇଥିବା ପୋଲିସ ପାଖରେ ବୟାନ ରଖିଛି। ପୋଲିସ ଅଭିଯୁକ୍ତ ଜୟଦେବ ଦାସକୁ କୋର୍ଟ ଚାଲାଣ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି