Masthead

ଜିଦରେ ଅଟଳ ବସ୍ ମାଲିକ ସଂଘ, ଆଜିଠୁ ରାଜ୍ୟରେ ଗଡିବନି ଘରୋଇ ବସ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ସାରା ରାଜ୍ୟରେ ଗଡୁନି ଘରୋଇ ବସ୍ । ଆନ୍ଦୋଳନରେ ଅଟଳ ରହିଲା ଘରୋଇ ବସ୍ ମାଲିକ ସଂଘ । ସରକାରଙ୍କ ଠାରୁ ଲିଖିତ ପ୍ରତିଶ୍ରୁତି ନମିଳିବାରୁ ଆନ୍ଦୋଳନ । ଲକ୍ଷ୍ମୀ ବସ୍ ଚଳାଚଳକୁ ବିରୋଧ କରି ଆନ୍ଦୋଳନ ଡାକରା। ଆଜି ରାଜ୍ୟବ୍ୟାପୀ ୧୪ ହଜାର ଘରୋଇ ବସ ଚଳାଚଳ ବନ୍ଦ ରହିବ । ଘରୋଇ ବସ୍ ସେବା ଉପରେ ରାଜ୍ୟର ଦୈନିକ ୪ ଲକ୍ଷରୁ ଅଧିକ ଲୋକ ନିର୍ଭର କରନ୍ତି। ଲକ୍ଷ୍ମୀ ଯୋଜନା ନେଇ ସରକାର ଘରୋଇ ବସ ମାଲିକଙ୍କୁ ଯେଉଁ ପ୍ରତିଶ୍ରୁତି ଦେଇଥିଲେ ତାକୁ ପାଳନ କରିନାହାନ୍ତି ।

ଲକ୍ଷ୍ମୀ ଯୋଜନାରେ ବସ ଚଳାଚଳ ଦର କମ ରହୁଛି । ସମାନ ସମୟରେ ଲକ୍ଷ୍ମୀ ଓ ଘରୋଇ ବସ ଚଳାଚଳ କରୁଛି । ବ୍ଲକ ମୁଖ୍ୟାଳୟରୁ ଜିଲ୍ଲା ମୁଖ୍ୟାଳୟକୁ ଲକ୍ଷ୍ମୀ ବସ ଗଡୁଛି । ଏହା ସରକାରଙ୍କ ପ୍ରତିଶ୍ରୁତିର ବିରୁଦ୍ଧାଚରଣ କରୁଛି ବୋଲି ସଂଘ ଅଭିଯୋଗ କରିଛି । ଅନିର୍ଦ୍ଧିଷ୍ଟ କାଳ ପାଇଁ ଧର୍ମଘଟ ଘୋଷଣା କରାଯାଇଥିବାରୁ ଏହାର ସିଧାସଳଖ ପ୍ରଭାବ ସାଧାରଣ ପରିବହନ ଉପରେ ଗମ୍ଭୀର ପ୍ରଭାବ ପକାଇବ । ପାର୍ବଣ ବେଳେ ଘରୋଇ ବସ୍ ସେବା ବନ୍ଦ ହେବା ପରେ ଯାତ୍ରୀ ପରିବହନ ସେବା ଗୁରୁତର ପ୍ରଭାବିତ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ