ଜିଦରେ ଅଟଳ ବସ୍ ମାଲିକ ସଂଘ, ଆଜିଠୁ ରାଜ୍ୟରେ ଗଡିବନି ଘରୋଇ ବସ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ସାରା ରାଜ୍ୟରେ ଗଡୁନି ଘରୋଇ ବସ୍ । ଆନ୍ଦୋଳନରେ ଅଟଳ ରହିଲା ଘରୋଇ ବସ୍ ମାଲିକ ସଂଘ । ସରକାରଙ୍କ ଠାରୁ ଲିଖିତ ପ୍ରତିଶ୍ରୁତି ନମିଳିବାରୁ ଆନ୍ଦୋଳନ । ଲକ୍ଷ୍ମୀ ବସ୍ ଚଳାଚଳକୁ ବିରୋଧ କରି ଆନ୍ଦୋଳନ ଡାକରା। ଆଜି ରାଜ୍ୟବ୍ୟାପୀ ୧୪ ହଜାର ଘରୋଇ ବସ ଚଳାଚଳ ବନ୍ଦ ରହିବ । ଘରୋଇ ବସ୍ ସେବା ଉପରେ ରାଜ୍ୟର ଦୈନିକ ୪ ଲକ୍ଷରୁ ଅଧିକ ଲୋକ ନିର୍ଭର କରନ୍ତି। ଲକ୍ଷ୍ମୀ ଯୋଜନା ନେଇ ସରକାର ଘରୋଇ ବସ ମାଲିକଙ୍କୁ ଯେଉଁ ପ୍ରତିଶ୍ରୁତି ଦେଇଥିଲେ ତାକୁ ପାଳନ କରିନାହାନ୍ତି ।

ଲକ୍ଷ୍ମୀ ଯୋଜନାରେ ବସ ଚଳାଚଳ ଦର କମ ରହୁଛି । ସମାନ ସମୟରେ ଲକ୍ଷ୍ମୀ ଓ ଘରୋଇ ବସ ଚଳାଚଳ କରୁଛି । ବ୍ଲକ ମୁଖ୍ୟାଳୟରୁ ଜିଲ୍ଲା ମୁଖ୍ୟାଳୟକୁ ଲକ୍ଷ୍ମୀ ବସ ଗଡୁଛି । ଏହା ସରକାରଙ୍କ ପ୍ରତିଶ୍ରୁତିର ବିରୁଦ୍ଧାଚରଣ କରୁଛି ବୋଲି ସଂଘ ଅଭିଯୋଗ କରିଛି । ଅନିର୍ଦ୍ଧିଷ୍ଟ କାଳ ପାଇଁ ଧର୍ମଘଟ ଘୋଷଣା କରାଯାଇଥିବାରୁ ଏହାର ସିଧାସଳଖ ପ୍ରଭାବ ସାଧାରଣ ପରିବହନ ଉପରେ ଗମ୍ଭୀର ପ୍ରଭାବ ପକାଇବ । ପାର୍ବଣ ବେଳେ ଘରୋଇ ବସ୍ ସେବା ବନ୍ଦ ହେବା ପରେ ଯାତ୍ରୀ ପରିବହନ ସେବା ଗୁରୁତର ପ୍ରଭାବିତ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’