Masthead

କୋହଲିଙ୍କ ରୋମାଞ୍ଚଭରା ଶତକ, ୭ ୱିକେଟରେ ହାରିଲା ବାଂଲାଦେଶ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଶ୍ୱକପ୍ କ୍ରିକେଟରେ ଭାରତର କ୍ରମାଗତ ଚତୁର୍ଥ ବିଜୟ। ଗତକାଲି ପୁଣେରେ ଖେଳାଯାଇଥିବା ମ୍ୟାଚରେ ବାଂଲାଦେଶକୁ ୭ ୱିକେଟରେ ହରାଇ ବୃହତ ବିଜୟ ହାସଲ କରିଛି ଟିମ୍ ଇଣ୍ଡିଆ। କୋହଲିଙ୍କ ଚମତ୍କାର ଶତକ ବଳରେ ଭାରତ ସହଜ ବିଜୟ ହାସଲ କରିଛି। ବିରାଟ କୋହଲିଙ୍କ ଅପରାଜିତ ଶତକ, ରୋହିତ ଶର୍ମା (୪୮ରନ) ଓ ଶୁଭମନ ଗିଲ( ୫୩ ରନ)ଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଭାରତ ବାଂଲାଦେଶ ଦ୍ବାରା ରଖାଯାଇଥିବା ୨୫୭ ରନର ଲକ୍ଷ୍ୟକୁ ସହଜରେ ହାସଲ କରିନେଇଥିଲା । ପ୍ରଥମେ ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ ବାଂଲାଦେଶ କ୍ୟାପଟେନ୍ । ଏହାପରେ ବୋଲିଂ କରିବାକୁ ପଡିଆକୁ ଓହ୍ଲାଇଥିଲା ରୋହିତ୍ ବାହିନୀ ।

ବାଂଲାଦେଶ ଓପନର ଭଲ ଆରମ୍ଭ କରିଥିଲେ ବି ଭାରତୀୟ ବୋଲର କିନ୍ତୁ ନିଜ ଲାଇନ୍ ଛାଡିନଥିଲେ । ଯାହା ଫଳରେ ମିଡିଲ ଅର୍ଡରରେ ବାଂଲାଦେଶର ଲଗାତାର ୱିକେଟ୍ ପଡିଥିଲା । ଶେଷ ଆଡକୁ ମୁସଫିକର ରହିମ, ମହମ୍ମଦୁଲ୍ଲା ଭଲ ରନ୍ କରିବା ଫଳରେ ଦଳ ୫୦ ଓଭରରେ ୮ ୱିକେଟ୍ ହରାଇ ୨୫୬ ରନ୍ କରିପାରିଥିଲା । ୨୫୭ ରନର ଲକ୍ଷ୍ୟ ନେଇ ପଡିଆକୁ ଓହ୍ଲାଇଥିବା ଟିମ୍ ଇଣ୍ଡିଆ ଜବରଦସ୍ତ ଆରମ୍ଭ କରିଥିଲା । ରୋହିତ ଏବଂ ଗିଲ୍ ଯୋଡି ପ୍ରଥମ ୱିକେଟରେ ୮୮ ରନ୍ କରିଥିଲେ । ଏହାପରେ ବିରାଟ କୋହଲି ମଧ୍ୟ ଦର୍ଶନୀୟ ସଟ୍ ଖେଳିଥିଲେ । ବିରାଟଙ୍କ ଶତକ ସହ ଦଳ ବିଜୟ ଦ୍ୱାର ଦେଶରେ ପହଞ୍ଚିଥିଲା । ଆଉ ଶେଷ ବଲରେ କୋହଲି ଛକା ମାରିବା ସହ ନିଜର ଶତକ ପୂରଣ କରିବା ସହ ଭାରତକୁ ବିଜୟ ଭେଟିଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ