Masthead

ସ୍ଥଗିତ ରହିଲା ବସ୍ ଧର୍ମଘଟ, ସ୍ୱାଭାବିକ ହେଲା ଯାତ୍ରୀ ପରିବହନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସ୍ଥଗିତ ରହିଲା ବସ୍ ଧର୍ମଘଟ । ସ୍ୱାଭାବିକ ହୋଇଛି ଯାତ୍ରୀ ପରିବହନ ବ୍ୟବସ୍ଥା । ଆଜିଠୁ ରାଜ୍ୟରେ ପୁଣି ଚାଲିବ ଘରୋଇ ବସ୍ । ଆସନ୍ତା ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ଧର୍ମଘଟକୁ ସ୍ଥଗିତ ରଖିଛି ଘରୋଇ ବସ୍ ମାଲିକ ସଂଘ । ଏନେଇ ପ୍ରେସମିଟ୍ କରି ସଂଘ ସୂଚନା ଦେଇଛି । ଯାତ୍ରୀମାନେ ସୁରୁଖୁରୁରେ ନିଜ ନିଜର ଗନ୍ତବ୍ୟ ସ୍ଥଳକୁ ଯାଇପାରୁଛନ୍ତି । ବିଭିନ୍ନ ସ୍ଥାନରେ ଅଟକି ରହିଥିବା ବସ୍ ପୁଣି ଚଳାଚଳ ଆରମ୍ଭ କରିଥିବାରୁ ଯାତ୍ରୀ ଆଶ୍ୱସ୍ତ ହୋଇଛନ୍ତି ।

ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ ଯୋଜନାକୁ ବିରୋଧ କରି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ଗତକାଲି ବସ୍ ଧର୍ମଘଟ କରିଥିଲା । ଫଳରେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ ଯାତ୍ରୀ। ହେଲେ ଜିଲ୍ଲା ସଂଘଗୁଡ଼ିକ ସହ ଆଲୋଚନା ନକରିବା ଯାଏଁ, ଆନ୍ଦୋଳନ ପ୍ରତ୍ୟାହର ନିଷ୍ପତ୍ତି ନିଆଯାଇପାରିବ ନାହିଁ ବୋଲି ସୂଚନା ଦେଇଥିଲେ ରାଜ୍ୟ ଘରୋଇ ବସ୍ ମାଲିକ ସଂଘର ସାଧାରଣ ସଂପାଦକ ଦେବେନ୍ଦ୍ର ସାହୁ । ପରେ ପ୍ରେସମିଟ କରି ଆନ୍ଦୋଳନ ଆସନ୍ତା ୩୧ ତାରିଖ ପର୍ୟ୍ୟନ୍ତ ସ୍ଥଗିତ ହୋଇଥିବା ନେଇ ସୂଚନା ଦେଇଥିଲେ ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି