Masthead

ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ସୁନାବେଶ, ରାଜରାଜେଶ୍ୱରୀ ବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ (ବଡ଼ ଖବର ବ୍ୟୁରୋ):  ଆଜି ପବିତ୍ର ଦଶହରା ବା ବିଜୟାଦଶମୀରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ସୁନାବେଶ । ସୁବର୍ଣ୍ଣ ଅଳଙ୍କାରରେ ଆଭୂଷିତ ହୋଇ ରାଜରାଜଶ୍ୱେର ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ମହାପ୍ରଭୁ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ ଲୁଗା, ୩୨ ମୂର୍ତ୍ତି ସ୍ୱର୍ଣ୍ଣ ଅଳଙ୍କାର ପରେ ସୁନାବେଶ ଅନୁଷ୍ଠିତ ହେବ। ପବିତ୍ର ଦଶହରା ଅବସରରେ ଶ୍ରୀମନ୍ଦିରରେ ଆୟୁଧ ପୂଜାନୀତି ସମ୍ପର୍ଣ୍ଣ କରାଯିବ। ସକାଳଧୂପ ସରିବା ପରେ ଆୟୁଧମାନଙ୍କୁ ମହାସ୍ନାନ ପୂର୍ବକ ବରୁଣ ପୂଜା କରାଯିବ।

ମେକାପ ତିନୋଟି ରୁପା ଥାଳିରେ ଆୟୁଧ ରଖି ତଳୁଛ ଓ ପ୍ରଧାନୀ ସେବାୟତଙ୍କ ସହ ତିନିଥର ବଡ଼ଦେଉଳକୁ ପରିକ୍ରମା କରିବା ପରେ ପୁଷ୍ପାଳକ ବଳଭଦ୍ରଙ୍କ ବାଡ଼ରେ ହଳମୁଷଳ, ସୁଭଦ୍ରାଙ୍କ ବାଡ଼ରେ ସୁବର୍ଣ୍ଣ ତଡ଼କୀ ଓ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଶଙ୍ଖ ଚକ୍ର ଆୟୁଧ ଲାଗି କରିବେ। ସେପଟେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ ବୀରବେଶ ଧାରଣ କରି ଶ୍ରୀଜଗନ୍ନାଥ ବଲ୍ଲଭ ମଠ ସ୍ଥିତ ମହାଖଳା ବା ଦଶହରା ପଦାକୁ ବିଜେ କରିବାର ପରମ୍ପରା ରହିଛି। ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶକୁ ଦର୍ଶନ କରବା ପାଇଁ ପୁରୀରେ ଆଜି ପ୍ରବଳ ଭକ୍ତଙ୍କ ସମାଗମ ହୋଇଛି। ଏପଟେ ମା ବିମଳାଙ୍କ ପ୍ରତିନିଧି ମା କାକୁଡିଖାଇଙ୍କର ଆଜି ବିସର୍ଜନ ଥିବାବେଳେ ଆସନ୍ତକାଲି ଅନ୍ୟାନ୍ୟ ଗୋଷାଣୀ ମାନଙ୍କର ଶ୍ରୀମନ୍ଦିର ସମ୍ମୁଖରେ ଦେବୀସଭା ପରେ ଭସାଣୀ ଉତ୍ସବ ଅନୁଷ୍ଠିତ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ! 🔴 ୟୁଥ୍‌ ଫର୍ ସୋସିଆଲ୍‌ ଡେଭଲପମେଣ୍ଟ ପକ୍ଷରୁ ଆନ୍ତର୍ଜାତୀୟ ଯୁବ ଦିବସ ପାଳିତ 🔴 ସବୁ ଅଫିସ୍‌ରେ ଲାଗିବ AI କ୍ୟାମେରା 🔴 ଆମେରିକା ପାଇଁ ‘ଭସ୍ମାସୁର’ ଟ୍ରମ୍ପ! 🔴 ଆମେରିକା ବଳରେ ବଳିଆନ୍ ପାକିସ୍ତାନ, ଭାରତକୁ ଯୁଦ୍ଧ ଧମକ 🔴 ଝିଆରୀର ସର୍ବନାଶ କଲା ପାପି ପିଉସା 🔴 ବରଗଡ଼ ଛାତ୍ରୀ ମୃତ୍ୟୁ ଘଟଣା, ୨ ଜଣଙ୍କୁ ପଚରାଉଚରା କରୁଛି ପୋଲିସ 🔴 ପ୍ରବଳ ବର୍ଷା ସମ୍ଭାବନା 🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ! 🔴 ୟୁଥ୍‌ ଫର୍ ସୋସିଆଲ୍‌ ଡେଭଲପମେଣ୍ଟ ପକ୍ଷରୁ ଆନ୍ତର୍ଜାତୀୟ ଯୁବ ଦିବସ ପାଳିତ 🔴 ସବୁ ଅଫିସ୍‌ରେ ଲାଗିବ AI କ୍ୟାମେରା 🔴 ଆମେରିକା ପାଇଁ ‘ଭସ୍ମାସୁର’ ଟ୍ରମ୍ପ! 🔴 ଆମେରିକା ବଳରେ ବଳିଆନ୍ ପାକିସ୍ତାନ, ଭାରତକୁ ଯୁଦ୍ଧ ଧମକ 🔴 ଝିଆରୀର ସର୍ବନାଶ କଲା ପାପି ପିଉସା 🔴 ବରଗଡ଼ ଛାତ୍ରୀ ମୃତ୍ୟୁ ଘଟଣା, ୨ ଜଣଙ୍କୁ ପଚରାଉଚରା କରୁଛି ପୋଲିସ 🔴 ପ୍ରବଳ ବର୍ଷା ସମ୍ଭାବନା