Masthead

ଡିଭାଇଡରରେ ପିଟି ହେଲା ଉତ୍ତରାଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ କାର, ହରିଶ ରାୱତଙ୍କ ଛାତିରେ ଲାଗିଛି ଆଘାତ

ଉତ୍ତରାଖଣ୍ଡ (ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତ ସଡକ ଦୁର୍ଘଟଣାର ଶିକାର ହୋଇଛନ୍ତି । ଉତ୍ତରାଖଣ୍ଡ ସିଂ ନାଗର କାଶୀପୁରରେ ତାଙ୍କ କାର ଏକ ଡିଭାଇଡରକୁ ଧକ୍କା ଦେଇଥିଲା । ହରିଶ ରାୱତଙ୍କ ଛାତିରେ ଆଘାତ ଲାଗିଥିବା ଜଣାପଡିଛି। ସେ ହାଲଡୱାନିରୁ କାଶିପୁର ଅଭିମୁଖେ ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ଗାଡିଟି ଭାଙ୍ଗି ଚୁରମାର ହୋଇଯାଇଛି ।

ଏହି ଦୁର୍ଘଟଣାର ଖବର ପାଇବା କ୍ଷଣି ପୋଲିସ ସଙ୍ଗେ ସଙ୍ଗେ ଘଟଣାସ୍ଥଳରେ ପହଞ୍ଚି ହରିଶଙ୍କୁ ହସ୍ପିଟାଲ ପଠାଇବା ସହ ଘଟଣାର ଯାଞ୍ଚ କରୁଛି । ପ୍ରଥମେ ହରିଶଙ୍କୁ ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ପରେ ତାଙ୍କୁ ଅନ୍ୟ ହସ୍ପିଟାଲକୁ ପଠାଯାଇଥିଲା । ମିଳିଥିବା ସୂଚନା ମୁତାବକ, ହରିଶ ନିଜର ପିଏସଓ ଓ ଅନ୍ୟ ସହଯୋଗୀଙ୍କ ସହ ଏକ ସାମ୍ବାଦିକ ସମ୍ମିଳନୀ କରିବାକୁ କାଶିପୁର ଯାଉଥିଲେ । କିନ୍ତୁ ଗାଡିଟି ଡିଭାଇଡରରେ ପିଟି ହୋଇଯିବା କାରଣରୁ ହରିଶଙ୍କ ଛାତି ସହ ମୁଣ୍ଡ ଓ ହାତରେ ମଧ୍ୟ ଆଘାତ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ