Masthead

ଜାନୁଆରୀ ୨୨ରେ ଉଦ୍‌ଘାଟନ ହେବ ଅଯୋଧ୍ୟା ରାମ ମନ୍ଦିର, ପ୍ରଧାନମନ୍ତ୍ରୀ ହେବେ ସାମିଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜାନୁଆରୀ ୨୨ ତାରିଖରେ ଉଦ୍‌ଘାଟନ ହେବ ଅଯୋଧ୍ୟାରେ ନିର୍ମିତ ଭବ୍ୟ ଶ୍ରୀରାମ ମନ୍ଦିର  । ଅପରାହ୍ନ ୧୨.୩୦ ମିନିଟ୍‌ରେ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି ସ୍ବତନ୍ତ୍ର ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ରହିବେ। ଏନେଇ ବୁଧବାର ରାମଜନ୍ମ ଭୂମି ତୀର୍ଥ ଟ୍ରଷ୍ଟର ସଦସ୍ୟମାନେ ପ୍ରଧାନମନ୍ତ୍ରୀଙ୍କୁ ଭେଟି କାର୍ୟ୍ୟକ୍ରମରେ ସାମିଲ ହେବାର ନିମନ୍ତ୍ରଣ ଦେଇଥିଲେ।ଏହାକୁ ପ୍ରଧାନମନ୍ତ୍ରୀ ସ୍ବୀକାର କରିଥିବା ଜଣାପଡ଼ିଛି। ଏହି ଉତ୍ସବରେ ୪ ହଜାର ସାଧୁସନ୍ଥ ଓ ୨୫ ଶହ ବିଶିଷ୍ଟ ବ୍ୟକ୍ତି ମଧ୍ୟ ଉପସ୍ଥିତ ରହିବେ । ମକର ସଂକ୍ରାନ୍ତିରୁ ଆରମ୍ଭ ହୋଇ ଏହା ୧୦ ଦିନ ଧରି ଚାଲିବ ।

ବର୍ତ୍ତମାନ ମନ୍ଦିରର ନିର୍ମାଣ କାମ ଜୋରସୋରରେ ଆଗେଇ ଚାଲିଛି । ଡିସେମ୍ବର ସୁଦ୍ଧା ନିର୍ମାଣ କାମ ସାରିବାକୁ ଲକ୍ଷ୍ୟ ରଖିଛି ଟ୍ରଷ୍ଟ । ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା ଦିବସ ଘୋଷଣା ହେବା ପରେ ଭାବବିହ୍ୱଳ ହୋଇପଡିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ କହିଛନ୍ତି, ‘‘ଜୟ ସୀୟାରାମ ! ଆଜିର ଦିନ ଭାବନାରେ ଭରି ରହିଛି । ଆଜି ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ଅଧିକାରୀଗଣ ମୋର ବାସଭବନକୁ ଆସିଥିଲେ । ସେମାନେ ମତେ ଶ୍ରୀରାମ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ସାମିଲ ହେବା ପାଇଁ ନିମନ୍ତ୍ରଣ କରିଛନ୍ତି । ମୁଁ ନିଜକୁ ଭାଗ୍ୟବାନ ମନେ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ଜୀବିତ ରୋଗୀକୁ ମାରିଦେଲା ଘରୋଇ ହସ୍ପିଟାଲ 🔴 ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି 🔴 ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି 🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ଜୀବିତ ରୋଗୀକୁ ମାରିଦେଲା ଘରୋଇ ହସ୍ପିଟାଲ 🔴 ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି 🔴 ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି 🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା